ଓଡିଶା

‘ଆମ ଘର ଆମ ହାଣ୍ଡିଶାଳର ଦ୍ୱିତୀୟ ସଂସ୍କରଣ ଲୋକାର୍ପିତ

ଭୁବନେଶ୍ୱର: ଓଡ଼ିଶା ପର୍ୟ୍ୟଟନ ବିଭାଗ ସହଯୋଗରେ ଓଡ଼ିଶା ପର୍ୟ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ପକ୍ଷରୁ ପାରମ୍ପରିକ ଶୁଦ୍ଧ ଓଡ଼ିଆ ଖାଦ୍ୟର ପ୍ରତିଯୋଗିତା ‘ଆମ ଘର ଆମ ହାଣ୍ଡିଶାଳର ଦ୍ୱିତୀୟ ସଂସ୍କରଣ ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଲୋକାର୍ପଣ କରିଛନ୍ତି । ଗତବର୍ଷ କରୋନା ମହାମାରୀ କଟକଣା ଭିତରେ ବି ‘ଆମ ଘର ଆମ ହାଣ୍ଡିଶାଳ’ର ପ୍ରଥମ ସଂସ୍କରଣ ରାଜ୍ୟବାସୀଙ୍କ ଦ୍ୱାରା ବହୁଳ ଆଦୃତ ହେବା ପରେ ଚଳିତବର୍ଷ ଏହାର ଦ୍ୱିତୀୟ ସଂସ୍କରଣ ଆରମ୍ଭ ପାଇଁ ନିଷ୍ପତ୍ତି ହୋଇଛି ।
ଏହି ଦ୍ୱିତୀୟ ସଂସ୍କରଣ ପ୍ରତିଯୋଗିତାକୁ ଲୋକାର୍ପଣ କରି ଓଟିଡିସି ଅଧ୍ୟକ୍ଷା କହିଥିଲେ ଯେ, ଆମ ଓଡ଼ିଆଙ୍କ ଠାକୁର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ହାଣ୍ଡିଶାଳ ‘ଆନନ୍ଦ ବଜାର’ ହେଉଛି ବିଶ୍ୱର ସବୁଠୁ ବଡ଼ ହାଣ୍ଡିଶାଳ । ଆଉ ଆମର ମହାନ୍ ଉତ୍କଳୀୟ ସଂସ୍କୃତିରେ ୧୨ମାସରେ ୧୩ ପର୍ବ ଓ ପ୍ରତ୍ୟେକ ପର୍ବପର୍ବାଣୀରେ ସ୍ୱତନ୍ତ୍ର ଖାଦ୍ୟର ସମ୍ଭାର ରହିଛି । ଏହି ପାରମ୍ପରିକ ଖାଦ୍ୟକୁ ବିଶ୍ୱ ଦରବାରରେ ପହଂଚାଇବା ଲକ୍ଷ୍ୟରେ ‘ଆମ ଘର ଆମ ହାଣ୍ଡିଶାଳ’ ପ୍ରତିଯୋଗିତାର ପରିକଳ୍ପନା ।
ଏହି କାର୍ଯ୍ୟକ୍ରମରେ ଓଟିଡିସି ପରିଚାଳନା ନିର୍ଦ୍ଦେଶକ ତଥା ରାଜ୍ୟ ପର୍ୟ୍ୟଟନ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ, ଅତିରିକ୍ତ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର,ଓଟିଡିସି ଜେନେରାଲ ମ୍ୟାନେଜର ଶାନ୍ତନୁ ମହାନ୍ତି, କମ୍ପାନୀ ସେକ୍ରେଟେରୀ ପ୍ରଶାନ୍ତ ପଣ୍ଡା, ଡିଭିଜିନାଲ ମ୍ୟାନେଜର ପ୍ରଣବ କୁମାର ଚାନ୍ଦ, ମାର୍କେଟିଂ ମ୍ୟାନେଜର ରଞ୍ଜନ ମିଶ୍ର ଓ ଅନ୍ୟ ପଦାଧିକାରୀମାନେ ଯୋଗ ଦେଇଥିଲେ ।

Related posts

ଆସନ୍ତାକାଲି କିଛି ଜିଲ୍ଲାରେ ବର୍ଷା ସମ୍ଭାବନା 

mahabharatanews

୨୦ରୁ ରାଜଧାନୀରେ ମିଳିବନି କଞ୍ଚା ପରିବା

mahabharatanews

ବର୍ଷା ଆସିଲେ ମନେପଡୁଛି ଡ୍ରେନ୍ ସଫେଇ

mahabharatanews