ଓଡିଶା

‘ନୂଆ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନାର ଶୁଭାରମ୍ଭ

(ଭୁବନେଶ୍ୱର) : ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆଜିଠାରୁ ଆରମ୍ଭ ହେଲା ରାଜ୍ୟ ସରକାରଙ୍କର ‘ଆମ ଓଡ଼ିଶା ନବୀନ ଓଡ଼ିଶା’ଯୋଜନା । ଆଜି ଭୁବନେଶ୍ବରରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଦିନରେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ସାରା ରାଜ୍ୟରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ୩୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ।
ସୂଚନାନୁଯାୟୀ , ଏଥିରେ ସାମିଲ ହେବେ ରାଜ୍ୟର ୬୭୯୪ଟି ପଞ୍ଚାୟତ। ସାରା ରାଜ୍ୟରେ କାର୍ଯ୍ୟକାରୀ ହେବ ୯୦୭୨୩ଟି ପ୍ରକଳ୍ପ। ପ୍ରତି ଗାଁ ପାଇବେ ୧୦ ଲକ୍ଷ ଟଙ୍କା। ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତି, ଓଡ଼ିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡ଼ିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି।

Related posts

ଓଡିଶାକୁ ମିଳିଲା ଅଗ୍ରିମ ସହାୟତା ରାଶି

mahabharatanews

ପୁଣି ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଗଣତିମଣତି

mahabharatanews

ଆଜି ଫେରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

mahabharatanews