(ଦିଲ୍ଲୀ) : ଓଡିଶାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଗତକାଲି ବିଳମ୍ବିତ ରାତି ପାଖାପାଖି ୧୧ଟା ୫୦ରେ ବିମାନ ବନ୍ଦରରେ ପହଞ୍ଚିଥିଲେ ଶାହା । ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟ ବିଜେପି ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ଜଣାଯାଇ ଥିଲା । ଶନିବାର ଲୋକସେବା ଭବନ ଯାଇ ଦିନ ୧୧ଟା ସମୟରେ ଭର୍ଚ୍ଚୁଆଲ ମାଧ୍ୟମରେ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କାର୍ଯ୍ୟକ୍ରମରେ ଯୋଗ ଦେବେ କେନ୍ଦ୍ର ଗୃହମନ୍ତ୍ରୀ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ NHAIର ବରିଷ୍ଠ ଅଧିକାରୀ ମାନେ ଯୋଗ ଦେବେ ।
ସୂଚନାନୁଯାୟୀ , ମଧ୍ୟାହ୍ନ ୧୨ଟାରୁ ସାଢ଼େ ୧୨ଟା ପର୍ଯ୍ୟନ୍ତ ଲୋକସେବା ଭବନରେ ନକ୍ସଲ ଦମନ ପଦକ୍ଷେପ ଓ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଉପରେ ସମୀକ୍ଷା ବୈଠକ କରିବେ କେନ୍ଦ୍ର ଗୃହମନ୍ତ୍ରୀ । ଅପରାହ୍ଣ ୨ଟାରୁ ୫ଟା ପର୍ଯ୍ୟନ୍ତ ଦଳୀୟ କର୍ମକର୍ତ୍ତା ଓ ବରିଷ୍ଠ ନେତୃବୃନ୍ଦଙ୍କ ସହ ରୁଦ୍ଧ ଦ୍ବାର ବୈଠକ କରିବେ ଅମିତ୍ ଶାହା ।