(ଭୁବନେଶ୍ୱର) : ଏଣିକି ରାଜଧାନୀବାସି ନେଇପାରିବେ ଜଙ୍ଗଲ ବୁଲିବାର ମଜା । ରାଜ୍ୟବାସୀଙ୍କ କଳିଙ୍ଗ ନଗରରେ ଆନନ୍ଦବନ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସବୁଜ ବନାନୀକୁ ସଂରକ୍ଷିତ କରିବା ସହ ଏକ ସୁସ୍ଥ ସହରୀ ବାତାବରଣରେ ପ୍ରାକୃତିକ ପରିବେଶ ହେଉଛି ଆନନ୍ଦବନ । ନଗର ବନଖଣ୍ଡ, ଭୁବନେଶ୍ୱର ଉନ୍ନୟନ କର୍ତୃପକ୍ଷ ଓ ଓଏମସିର ମିଳିତ ସହଯୋଗରେ ଏହାର ଉନ୍ନତୀକରଣ କାର୍ଯ୍ୟ କରାଯାଇଛି ।
ସୂଚନାନୁଯାୟୀ , ଶଙ୍କରପୁର ମୌଜାରେ ପ୍ରାୟ ୯୦ ଏକର ଅଞ୍ଚଳରେ ବିକଶିତ ହୋଇଛି ଏହି ଆନନ୍ଦବନ । ୩୦ କୋଟି ଟଙ୍କା ବ୍ୟୟର ଏହି ଆନନ୍ଦବନ ରାଜଧାନୀବାସୀଙ୍କୁ ସୁରମ୍ୟ ଅରଣ୍ୟର ଆନନ୍ଦ ଦେବ । ସବୁଜ ବନାନୀକୁ ସଂରକ୍ଷିତ କରିବା ସହ ଏକ ସୁସ୍ଥ ସହରୀ ବାତାବରଣରେ ପ୍ରାକୃତିକ ପରିବେଶ ହେଉଛି ଆନନ୍ଦବନ । ୫ଟି ଉପକ୍ରମରେ ଏହି ଆନନ୍ଦବନର ବିକଶିତ କରାଯାଇଛି । ସକାଳ ୫ଟାରୁୁ ଦିନ ୧୧ଟା ଓ ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଲୋକଙ୍କ ପାଇଁ ଏହା ଖୋଲା ରହିବ । ଏଠାରେ ସାଇକେଲିଂ ସହ, ଜଙ୍ଗଲ ବୁଲିବାର ମଜା ନେଇ ପାରିବେ ଲୋକେ । ଶୌଚାଳୟ, ଫୁଡ ଜୋନ, ବର୍ଷା ଆଶ୍ରୟସ୍ଥଳ, ପାର୍କିଂ ଭଳି ବ୍ୟବସ୍ଥା ରହିଛି । ଜଙ୍ଗଲ ସୁରକ୍ଷା ପାଇଁ ସିସିଟିଭି କ୍ୟାମେରା ସହ ସୁରକ୍ଷାକର୍ମୀ ନିୟୋଜିତ ହୋଇଛନ୍ତି । କୃତ୍ରିମ ଉପାୟରେ ଏହାର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କରାଯାଇଛି । ନିର୍ବାଚନ ଲଢ଼ିବେ ନାହିଁ ଖଡଗେ? ଆନନ୍ଦବନରେ ୫ଟି ଗେଟ ରହିଛି । ଜଙ୍ଗଲର ସୁରକ୍ଷା ଲାଗି ବ୍ୟାପକ ପରିମାଣର ସିସିଟିଭି ଲାଗିବା ସହିତ ସୁରକ୍ଷାକର୍ମୀ ନିୟୋଜିତ ହୋଇଛନ୍ତି ।