ଅପରାଧଓଡିଶା

ପୁଣି ସମ୍ବଲପୁର ଜିଲ୍ଲା ଦୌରାଜଜ୍ କୋର୍ଟକୁ ମିଳିଛି ବୋମା ଧମକ

ପୁଣି ଥରେ ସମ୍ବଲପୁର ଜିଲ୍ଲା ଦୌରାଜଜ୍ କୋର୍ଟକୁ ମିଳିଛି ବୋମା ଧମକ । ବୋମା ଧମକ ମିଳିବା ପରେ ଘଟଣାସ୍ଥଳରେ ପହଂଚି ଯାଞ୍ଚ କରୁଛି ପୋଲିସ । ଏହାସହ ବମ୍ ସ୍କ୍ଵାଡ୍ ମଧ୍ୟ ପହଂଚି ବିଭିନ୍ନ ସ୍ଥାନରେ ଯାଞ୍ଚ କରିଛନ୍ତି । କିଏ ଧମକ ଦେଇଛି ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ।

ସୂଚନାଯୋଗ୍ୟ କିଛି ଦିନ ପୂର୍ବରୁ ଓଡ଼ିଶାର ବିଭିନ୍ନ ଜିଲ୍ଲା କୋର୍ଟକୁ ବୋମାରେ ଉଡ଼ାଇ ଦେବା ପାଇଁ ଧମକ ମିଳିଥିଲା । ଧମକପୂର୍ଣ୍ଣ ଇମେଲ୍ ମିଳିବା ପରେ ସାରା ରାଜ୍ୟରେ ଚହଳ ଖେଳିଯାଇଥିଲା । କଟକ, ପୁରୀ, ସମ୍ବଲପୁର ଏବଂ ଫୁଲବାଣୀ କୋର୍ଟ ପରିସରରେ ସୁରକ୍ଷା ବ୍ୟବସ୍ଥାକୁ ଅତ୍ୟନ୍ତ କଡ଼ାକଡ଼ି କରାଯାଇଥିଲା । କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଏକ ଧମକପୂର୍ଣ୍ଣ ଇମେଲ୍ ଆସିବା ପରେ ପୋଲିସ ତୁରନ୍ତ କୋର୍ଟ ପରିସରକୁ ଖାଲି କରିବା ସହ ବୋମା ନିଷ୍କ୍ରିୟକାରୀ ଦଳ ସାହାଯ୍ୟରେ ଖାନତଲାସୀ ଆରମ୍ଭ କରିଥିଲା ।

Related posts

ଟ୍ରକ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା

mahabharatanews

ଯୋଡ଼ା ଟାଟା ଷ୍ଟିଲ ପକ୍ଷରୁ  ଆଜି ରନ୍-ଏ-ଥନ୍ ର ଆୟଜନ କରାଯାଇଥିଲା

mahabharatanews

ଆଜି ଶ୍ରାବଣ ମାସର ପ୍ରଥମ ସୋମବାର, ବୋଲବମ୍ ଧ୍ଵନିରେ ପ୍ରକମ୍ପିତ ରାଜ୍ୟ 

mahabharatanews