ଓଡିଶା

ରାଜ୍ୟରେ ପୁଣି ହେବ ଆଣ୍ଟିବଡି ଟେଷ୍ଟ

ଭୁବନେଶ୍ବର: ଓଡିଶାରେ ପୁଣି ହେବ ଆଣ୍ଟିବଡ଼ି ଟେଷ୍ଟ । ଏଥିପାଇଁ ଆଇସିଏମଆର ଅନୁମୋଦିତ ଆଣ୍ଟିବଡ଼ି ଟେଷ୍ଟ କିଟ୍ ଆସନ୍ତା ସପ୍ତାହରେ ଓଡ଼ିଶାରେ ପହଞ୍ଚିବ ବୋଲି ଇନଷ୍ଟିଚ୍ୟୁଟ୍ ଅଫ୍ ଲାଇଫସାଇନ୍ସସେ୍ (ଆଇଏଲଏସ୍) ନିର୍ଦ୍ଦେଶକ ଅଜୟ ପରିଡା ସୂଚନା ଦେଇଛନ୍ତି । ଏହି କିଟ୍ ଆରଏମଆରସିରେ ପହଞ୍ଚିବ । ତେବେ ଏ ଯାଏଁ ଓଡିଶାରେ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ। ଘରକୁ ଘର ହେଉଥିବା ସର୍ଭେରେ ଆଣ୍ଟିବଡ଼ି ଟେଷ୍ଟ କିଟ୍ ବ୍ୟବହାର କରାଯିବ ବୋଲି ପରିଡା କହିଛନ୍ତି । ଆସନ୍ତାକାଲି ଓଡ଼ିଶାରେ କିଭଳି ଟେଷ୍ଟିଂ ନେଇ ଏକ ଯୋଜନା ପ୍ରସ୍ତୁତ ହେବ । ଏବେ ରାଜ୍ୟରେ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ମଧ୍ୟରେ ବହୁ କୋଭିଡ-ଯୋଦ୍ଧା ଅଛନ୍ତି । ତେଣୁ ଅଧିକ ସତର୍କ ହେବାକୁ ପଡ଼ିବ ବୋଲି ଅଜୟ ପରିଡା କହିଛନ୍ତି।

Related posts

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

mahabharatanews

୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

mahabharatanews

ରାଜ୍ୟରେ ୩ଟା ସୁଦ୍ଧା ୪୯.୭୭ ପ୍ରତିଶତ ମତଦାନ

mahabharatanews