(କେନ୍ଦ୍ରାପଡ଼ା) : ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି । ଛାଡ଼ପତ୍ର ଆବେଦନକୁ କଟକ ପରିବାର ଅଦାଲତ ଖାରଜ କରିଥିବା ବେଳେ ଏହି ରାୟ ବିରୋଧରେ ଅନୁଭବ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି।
ସୂଚନାନୁଯାୟୀ , ୨୦୨୩, ସେପ୍ଟେମ୍ବର୍ ୨୨ରେ ପରିବାର ଅଦାଲତ ତାଙ୍କ ଛାଡ଼ପତ୍ର ଆବେଦନକୁ ଖାରଜ କରି ଯେଉଁରାୟ ଦେଇଛନ୍ତି ତାହା ଆଇନ ଅନୁସାରେ ଗ୍ରହଣୀୟ ନୁହେଁ ବୋଲି ଅନୁଭବ ଦର୍ଶାଇଛନ୍ତି। ଏହି ମାମଲାରେ ଅନୁଭବ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ବି ପକ୍ଷଭୁକ୍ତ କରିଛନ୍ତି। କଟକ ପରିବାର ଅଦାଲତ ଅନୁଭବଙ୍କ ଛାଡ଼ପତ୍ର ଆବେଦନ ସହିତ ଦାମ୍ପତ୍ୟ ଜୀବନ ପୁନଃସ୍ଥାପନ ପାଇଁ ବର୍ଷା ରୁଜୁ କରିଥିବା ମାମଲାକୁ ବି ଖାରଜ କରିଥିଲେ।