ଓଡିଶାମନୋରଞ୍ଜନ

ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି

(କେନ୍ଦ୍ରାପଡ଼ା) : ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି । ଛାଡ଼ପତ୍ର ଆବେଦନକୁ କଟକ ପରିବାର ଅଦାଲତ ଖାରଜ କରିଥିବା ବେଳେ ଏହି ରାୟ ବିରୋଧରେ ଅନୁଭବ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି।

ସୂଚନାନୁଯାୟୀ , ୨୦୨୩, ସେପ୍ଟେମ୍ବର୍‌ ୨୨ରେ ପରିବାର ଅଦାଲତ ତାଙ୍କ ଛାଡ଼ପତ୍ର ଆବେଦନକୁ ଖାରଜ କରି ଯେଉଁରାୟ ଦେଇଛନ୍ତି ତାହା ଆଇନ ଅନୁସାରେ ଗ୍ରହଣୀୟ ନୁହେଁ ବୋଲି ଅନୁଭବ ଦର୍ଶାଇଛନ୍ତି। ଏହି ମାମଲାରେ ଅନୁଭବ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ବି ପକ୍ଷଭୁକ୍ତ କରିଛନ୍ତି। କଟକ ପରିବାର ଅଦାଲତ ଅନୁଭବଙ୍କ ଛାଡ଼ପତ୍ର ଆବେଦନ ସହିତ ଦାମ୍ପତ୍ୟ ଜୀବନ ପୁନଃସ୍ଥାପନ ପାଇଁ ବର୍ଷା ରୁଜୁ କରିଥିବା ମାମଲାକୁ ବି ଖାରଜ କରିଥିଲେ।

Related posts

ଭୈରାଗିପୁଟ ଜଙ୍ଗଲରେ ନିଆଁ ଲଗାଇ ଦେଲେ ଦୁର୍ବୁତ୍ତ

mahabharatanews

ଦେଶରେ କରୋନା ଆକ୍ରାନ୍ତ ୨୪୫୦୬, ମୃତ ୭୭୫

mahabharatanews

କାଗଜପତ୍ର ଠିକ୍ ନଥିଲେ ଆପେ ଆସିଯିବ ଚାଲାଣ   

mahabharatanews