(ଭୁବନେଶ୍ୱର) : ରାଜ୍ୟରେ ଧୀରେ ଧୀରେ ବର୍ଷାର ପରିମାଣ କମୁଛି । ତେବେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ସୂଚନା ମିଳିଛି । ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ସମ୍ଭାବନା ରହିଛି । ସେହିପରି ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ । କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ମଧ୍ୟ ବର୍ଷା ହେବାର ସମ୍ଭାବନା ଅଛି । ୩-୪ ଦିନ ମଧ୍ୟରେ ବର୍ଷା କମିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।
ସୂଚନାନୁଯାୟୀ , ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଗଂଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ାକୁ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।