ଓଡିଶା

ପୁରୀରେ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ

(ଭୁବନେଶ୍ୱର) :ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଜିଲ୍ଲାର ୪ ଟି ବ୍ଲକର ୭ଟି ଗ୍ରାମପଞ୍ଚାୟତରେ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଜନଶୁଣାଣି ପ୍ରସ୍ତାବକୁ ଦୃଷ୍ଟିରେ ରଖି ଆଜି ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲାର ବ୍ରହ୍ମଗିରୀ ବ୍ଲକର ଚାପମାଣିକ, ରେବଣା-ନୂଆଗାଁ, ବଡ ଦିଆଣ୍ଡି ଗ୍ରାମପଞ୍ଚାୟତ, କୃଷ୍ଣପ୍ରସାଦ ବ୍ଲକର ନୂଆପଡା ଓ ବଡନଳା ଗ୍ରାମପଞ୍ଚାୟତ, କଣାସ ବ୍ଲକର ବିଜିପୁର ଗ୍ରାମପଞ୍ଚାୟତ ଓ ପୁରୀ ସଦର ବ୍ଲକର ରାଇଗୋରଡ଼ା ଆଦି ଗ୍ରାମପଞ୍ଚାୟତମାନଙ୍କରେ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ପ୍ରତ୍ୟେକ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ୨ କୋଟି ଟଙ୍କା ହିସାବରେ ସମୁଦାୟ ୧୪ କୋଟି ଟଙ୍କା ବ୍ୟୟ କରାଯିବ।

ସୂଚନାନୁଯାୟୀ , ସମୁଦ୍ର ଉପକୂଳବର୍ତ୍ତୀ ପୁରୀ ଜିଲ୍ଲା ଏକ ବାତ୍ୟାପ୍ରବଣ ଜିଲ୍ଲା। ଉପରୋକ୍ତ ୭ଟି ଗ୍ରାମପଞ୍ଚାୟତ ସମେତ ପ୍ରସ୍ତାବ ଆସିଥିବା ଜିଲ୍ଲାର ଅନ୍ୟ ସ୍ଥାନମାନଙ୍କରେ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ଉପଯୁକ୍ତ ସ୍ଥାନ ନିରୂପଣ କରିବାକୁ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Related posts

ହଷ୍ଟେଲ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର

mahabharatanews

ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

mahabharatanews

ରଥଯାତ୍ରା ପୂର୍ବରୁ ହେବ ସିଂହଦ୍ୱାରରେ ରୂପା ଛାଉଣୀ 

mahabharatanews