ଓଡିଶା

ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଦାୟିତ୍ୱ ନେଲେ ଅସିତ

ଭୁବନେଶ୍ୱର: ପୂର୍ବତନ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୋମବାର ଦିନ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଦାୟିତ୍ବ ଗ୍ରହଣ କରିଛନ୍ତି । ଦାୟିତ୍ୱ ଗ୍ରହଣ ପରେ ତ୍ରିପାଠୀ ବରିଷ୍ଠ ଅଧିକାରୀଙ୍କ ସହ ଏକ ସମୀକ୍ଷା ବୈଠକ କରିଛନ୍ତି । ଏହି ନୂତନ ଦାୟିତ୍ୱ ସହ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ଉପଦେଷ୍ଟା ଭାବେ ଦାୟିତ୍ବ ତୁଲାଇବେ ।
ଅସିତ ତ୍ରିପାଠୀ ରାଜ୍ୟର ମୁଖ୍ୟ ଶାସନ ସଚିବ ପଦରୁ ଗତ ୩୧ ତାରିଖରେ ଅବସର ଗ୍ରହଣ କରିଥିଲେ । ତେବେ ତାଙ୍କ କାର୍ୟ୍ୟ ଦକ୍ଷତାକୁ ଦେଖି ତାଙ୍କୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଦାୟିତ୍ବ ଦେବାକୁ ନିଷ୍ପତ୍ତି ନେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅସିତ ତ୍ରୀପାଠୀଙ୍କ ପରେ ରାଜ୍ୟ ମୁଖ୍ୟ ଶାସନ ସଚିବ ଦାୟିତ୍ବ ନେଇଛନ୍ତି ବରିଷ୍ଠ ପ୍ରଶାସନିକ ଅଧିକାରୀ ସୁରେଶ ମହାପାତ୍ର । ସେ ମଧ୍ୟ ପୂର୍ବରୁ ବହୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ବହନ କରି ସାରିଛନ୍ତି।

 

Related posts

ଶନିବାର ଓ ରବିବାର ଛୁଟି ମଧ୍ୟ ବାତିଲ

mahabharatanews

ଘୂର୍ଣ୍ଣିବଳୟ ପ୍ରଭାବ; ଆସନ୍ତା କାଲିଠୁ ବଢ଼ିବ ବର୍ଷା

mahabharatanews

 କନ୍ଧମାଳ ଗସ୍ତରେ ମୁଖ୍ୟମନ୍ତ୍ରୀ 

mahabharatanews