ଓଡିଶା

ଆଜିଠୁ ଆରମ୍ଭ ବଜେଟ୍ ଅଧିବେଶନ 

(ଭୁବନେଶ୍ୱର) : ଆଜି ଠୁ ଆରମ୍ଭ ବିଧାନସଭାର ବଜେଟ୍ ଅଧିବେଶନ । ଦିନ 11 ଟାରେ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ଗୃହ । ଏହାପରେ ମୁଖ୍ୟମନ୍ତ୍ରୀ ଗୃହରେ ଶୋକପ୍ରସ୍ତାବ ରଖିବେ । ଫେବ୍ରୁଆରୀ ୧୩ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଷୋଡଶ ବିଧାନସଭାର ୧୫ତମ ଅଧିବେଶନରେ ମୋଟ ୭ଟି କାର୍ଯ୍ୟଦିବସ ରହିଛି ।

ସୂଚନାନୁଯାୟୀ , ଆସନ୍ତା ୮ତାରିଖରେ ଆର୍ଥିକ ବର୍ଷ ୨୦୨୪-୨୫ପାଇଁ କାମଚଳା ବଜେଟକୁ ଗୃହରେ ଆଗତ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ଏହି ବଜେଟ୍ ପ୍ରାୟ ୨ଲକ୍ଷ ୬୦ହଜାର କୋଟିର ହୋଇପାରେ । ସାଧାରଣ ନିର୍ବାଚନ ପୂର୍ବରୁ ଏହା ଶେଷ ଅଧିବେଶନ ହୋଇଥିବା ବେଳେ, ରାଜ୍ୟପାଳ ରଘୁବର ଦାସ ପ୍ରଥମ ଥର ପାଇଁ ଗୃହରେ ଅଭିଭାଷଣ ରଖିବେ ।  ସ୍ୱଳ୍ପ ଅଧିବେଶନରେ ନୂଆ ଓ ପୁରୁଣା ପ୍ରସଙ୍ଗକୁ ନେଇ ଗୃହ ବେଶ୍ ସରଗରମ ହେବା ସମ୍ଭାବନା ରହିଛି। ଗୃହକୁ ସୁରୁଖୁରୁରେ ଶେଷ କରିବା ପାଇଁ ବାଚସ୍ପତି ସର୍ବଦଳୀୟ ବୈଠକ କରି ଉଭୟ ବିରୋଧୀ ଓ ଶାସକଙ୍କ ସହଯୋଗ ଲୋଡିଛନ୍ତି ।

Related posts

ସୁବର୍ଣ୍ଣପୁର ଜିଲ୍ଲାର ସୁକାନ୍ତି ଇଣ୍ଟରନ୍ୟାସନାଲ ସ୍କୁଲର ନିଜସ୍ୱ ଗୃହ ଉଦଘାଟିତ

mahabharatanews

ସଭାପତି ଭାବେ ଦାୟିତ୍ୱ ନେବେ ବିଜେଡି ରାଜ୍ୟ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ

mahabharatanews

ଆଜିଠୁ ୩ ପର୍ଯ୍ୟନ୍ତ ମାଓବାଦୀ ପାଳିବେ ସହିଦ ସପ୍ତାହ

mahabharatanews