ଓଡିଶା

ରାଜଧାନୀର ସ୍ଥାନୀୟ ମଠ, ମନ୍ଦିର ଓ ସଂଖ୍ୟାଲଘୁ ପୂଜାସ୍ଥଳୀର ହେବ ରୂପାନ୍ତର

(ଭୁବନେଶ୍ୱର) :  ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫୦୭ଟି ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୧୫ କୋଟି ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର ଏବଂ ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପଗୁଡକର ନୂତନ ନିର୍ମାଣ ସହିତ ଉନ୍ନତିକରଣ କାର୍ଯ୍ୟ କରାଯିବ।

ସୂଚନାନୁଯାୟୀ , ବିଭିନ୍ନ ମନ୍ଦିର ପରିଚାଳନା କମିଟି, ସ୍ଥାନୀୟ ଜନପ୍ରତିନିଧି ଏବଂ ସଂଖ୍ୟା ଲଘୁ ସମ୍ପ୍ରଦାୟଙ୍କ ପକ୍ଷରୁ ସେମାନଙ୍କର ଧାର୍ମିକ ଅନୁଷ୍ଠାନ, ଗୋଷ୍ଠୀ ସମ୍ପତ୍ତି, ମହିଳା ସମିତି ଗୃହ, ପୂଜାମଣ୍ଡପ ଇତ୍ୟାଦିର ଉନ୍ନତିକରଣ ଓ ବିକାଶ ପାଇଁ ନିବେଦନ ପତ୍ର ଆସିଥିଲା। ବି.ଏମ.ସି.ର ଅଧିକାରୀମାନେ ସେସବୁ ସ୍ଥାନକୁ ଯାଇ ଅନୁଧ୍ୟାନ କରିବା ସହ ଆବଶ୍ୟକୀୟ ରିପୋର୍ଟ ପ୍ରଦାନ କରିଥିଲେ। ରିପୋର୍ଟ ଆଧାରରେ ସମ୍ପୃକ୍ତ କମିଟିର ସଦସ୍ୟ ଓ ଜନପ୍ରତିନିଧିମାନଙ୍କ ସହିତ ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଏସବୁ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ଏ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବା ପରେ, ମୁଖ୍ୟମନ୍ତ୍ରୀ ଏହିସବୁ ଉନ୍ନୟନ କାର୍ଯ୍ୟ ପାଇଁ ଅର୍ଥ ମଞ୍ଜୁର କରିଛନ୍ତି। 

 

Related posts

ମହିଳା ଆଇଆଇସିଙ୍କ ଠାରୁ ଚେନ ଲୁଟ ମାମଲାରେ ୨ଅଭିଯୁକ୍ତ ଗିରଫ

mahabharatanews

ବର୍ଷା ପ୍ରିୟଦର୍ଶିନୀଙ୍କୁ ହାଇକୋର୍ଟ ନୋଟିସ 

mahabharatanews

୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

mahabharatanews