ଓଡିଶା

ଭାଲୁ ଆକ୍ରମଣରେ ୪ ଗୁରୁତର 

(ନୂଆପଡା) : ଲଗାତାର ଭାବେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ବନ୍ୟଜନ୍ତୁ ଆକ୍ରମଣ  । ଏହିକ୍ରମରେ ନୂଆପଡ଼ା ଜିଲ୍ଲାରେ ପୁଣି ଦେଖିବାକୁ ମିଳିଛି ଭାଲୁ ଆତଙ୍କ । ଜଙ୍ଗଲ ଭିତରକୁ ପାଟ୍ରୋଲିଂ କରିବାକୁ ଯାଇଥିବା ଦୁଇ ବନ କର୍ମଚାରୀଙ୍କୁ ଟାଣି ନେଇଛି ଭାଲୁ । ବହୁ ଖୋଜାଖୋଜି ପରେ ସେମାନଙ୍କୁ ରକ୍ତାକ୍ତ ଅବସ୍ଥାରେ ଘଞ୍ଚ ଜଙ୍ଗଲରୁ ଉଦ୍ଧାର କରାଯାଇଛି ।

ସୂଚନା ଅନୁସାରେ, ଅପରାହ୍ନ ପ୍ରାୟ ୩ .୩୦ ସମୟରେ ୪  ଜଣ ବନ କର୍ମଚାରୀ ପାଟ୍ରୋଲିଂରେ ଯାଇଥିଲେ । ଏହି ସମୟରେ ଭାଲୁ ସେମାନଙ୍କୁ ଆକ୍ରମଣ କରିଥିଲା । ପ୍ରଥମେ ଫରେଷ୍ଟର ଗୋପାଳ ମହାନନ୍ଦ ଓ ୱାଚର ସନ୍ତୋଷ କୁମାର ଡୁଣ୍ଡିଙ୍କୁ ଭାଲୁ ଆକ୍ରମଣ କରି ଜଙ୍ଗଲ ଭିତରକୁ ଟାଣି ନେଇଥିଲା । ସେମାନଙ୍କୁ ଉଦ୍ଧାର କରିବାକୁ ଯାଇ ଫରେଷ୍ଟ ଗାର୍ଡ଼ ଶଶଧର ସାଣୀ ଓ ସାଗର ଠେଲା ଗୁରୁତର ଆହତ ହୋଇଥିଲେ । ଗାଁ ଲୋକଙ୍କ ସହାୟତାରେ ବନ ଓ ଅଗ୍ନିଶମ କର୍ମଚାରୀମାନେ ପ୍ରଥମେ ଗୁରୁତର ଅବସ୍ଥାରେ ଶଶଧର ଓ ସାଗରଙ୍କୁ ଉଦ୍ଧାର କରିଥିଲେ । ପରେ ଅନ୍ୟ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ । ସମସ୍ତଙ୍କୁ ନୂଆପଡ଼ା ମେଡ଼ିକାଲ୍‌ରେ ଭର୍ତ୍ତି କରିଥିଲେ । ସମସ୍ତଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି ।

 

Related posts

ସେବାୟତଙ୍କ ପାଇଁ ବଢ଼ିଲା ସ୍ୱାସ୍ଥ୍ୟବୀମା ରାଶି

mahabharatanews

ତାମିଲନାଡୁରୁ ରାୟଗଡା ଆସିଲେ ୨୦୦ ପ୍ରବାସୀ ଓଡିଆ

mahabharatanews

ଚାଲିଗଲେ ନନ୍ଦ ସାର

mahabharatanews

Leave a Comment