ଓଡିଶା

ବିଦ୍ୟୁତ ନେଲା ଭାଲୁର ଜୀବନ

ମାଲକାନଗିରି: ଖାଦ୍ୟ ଅନ୍ବେଷଣରେ ଆସି  ବିଦ୍ୟୁତ ତାର ସଂସ୍ପର୍ଶରେ ଲାଗି ଚାଲିଗଲା ମାଈ ଭାଲୁର ଜୀବନ। ଏପରି ଘଟଣା ଘଟିଛି ମାଲକାନଗିରି ଜିଲ୍ଲାରେ। ବନ ବିଭାଗର କର୍ମଚାରୀ ପହଞ୍ଚି ଭାଲୁର ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ସୂଚନା ଅନୁସାରେ ଗତକାଲି ରାତିରେ ଭାଲୁଟି ଖାଦ୍ୟ ଅନ୍ୱେଷଣରେ ଆସି ଜନବସତି ମୁହାଁ ହୋଇଥିଲା। ଏହି ସମୟରେ ମାଲକାନଗିରି ବ୍ଲକ MV-17 ନମ୍ବର ଗାଁର ଶିବ ମନ୍ଦିର ନିକଟ ଦେଇ ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଭାଲୁଟି ଆସିଯାଇଥିଲା। ଘଟଣାସ୍ଥଳରେ ତାର ମୃତ୍ୟୁ ଘଟିଥିଲା। ଆଜି ସକାଳେ ସ୍ଥାନୀୟ ଲୋକେ ଏହା ଦେଖି ବନ ବିଭାଗକୁ ଖବର ଦେଇଥିଲେ।

Related posts

ଜିଲ୍ଲାସ୍ତରୀୟ ବକ୍ସି ଜଗବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ

mahabharatanews

ଆଉ ୧୫ ଜଣଙ୍କ କରୋନାରେ ମୃତ୍ୟୁ

mahabharatanews

ବିଜେଡିର ଦ୍ଵିତୀୟ ଲୋକସଭା ପ୍ରାର୍ଥୀ ତାଲିକା

mahabharatanews