ଓଡିଶା

ଚାରିଟି ରାଜ୍ୟ ଡେଇଁ ଓଡ଼ିଶା ଆସିଛି ବାଘ 

(ଭୁବନେଶ୍ୱର) :  ଓଡ଼ିଶାରେ ବୁଲୁଛି ମହାରାଷ୍ଟ୍ର ମହାବଳ  । ରାଜ୍ୟ ଡେଇଁ ଚାଲି ଆସିଛି ମହାବଳ ।  ଗଜପତି ଜିଲ୍ଲା ଅଁଳାବର ଜଙ୍ଗଲରେ ବୁଲୁଛି ମହାରାଷ୍ଟ୍ର ମହାବଳ । ମହାରାଷ୍ଟ୍ରର ଚନ୍ଦ୍ରପୁରୀ ବ୍ରହ୍ମପୁରୀ ଫରେଷ୍ଟ ଡିଭିଜନରୁ ଆସିଥିବା ଜଣାପଡ଼ିଛି । ସବୁଠାରୁ ଆଶ୍ଚର୍ଯ୍ୟକଥା ହେଲା ୭୫୦ କିଲୋମିଟର ଅତିକ୍ରମ କରି ଚାରିଟି ରାଜ୍ୟ ଡେଇଁ ଓଡ଼ିଶା ଆସିଛି ବାଘ ।

ସୂଚନାନୁଯାୟୀ , ବାଘର ଷ୍ଟ୍ରାଇପ ବା ଦେହରେ ଥିବା କଳା ପଟି ପଟି ଦାଗରୁ ଏହା ଜାଣିବାକୁ ପାଇଛି ୱାଇଲ୍ଡ ଲାଇଫ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ । ଏହି ମହାବଳ ବାଘର ଫଟୋ ବ୍ରହ୍ମପୁରୀ ଜଙ୍ଗଲରେ କ୍ୟାମେରା ଟ୍ରାପରେ କଏଦ ହୋଇଥିଲା । ଏବେ ଏହା ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା ଓ ଛତିଶଗଡ଼ ଦେଇ ଓଡ଼ିଶାରେ ପହଞ୍ଚିଛି । ତେବେ ସୁରକ୍ଷିତ ବାସସ୍ଥାନ ଓ ସାଥି ସନ୍ଧାନରେ ଏହା ଆସି ଥାଇପାରେ ବୋଲି ଅନୁମାନ କରାଯାଉଛି । ତେବେ ମହାବଳ ବାଘଟି ଏତେ ଦୂରକୁ ନଦୀନାଳ, କୃଷି କ୍ଷେତ୍ର, ରାସ୍ତା ଓ ଜନବସତି ଡେଇଁ ଏତେ ବାଟ ଅତିକ୍ରମ କରିବା ଖୁବ୍ ବିରଳ ବୋଲି କୁହାଯାଉଛି ।

Related posts

 ବିଷ ପିଇଲେ ଚାଷୀ

mahabharatanews

ମୟୁରଭଞ୍ଜ ଜିଲ୍ଲା ବହଳଦା ବ୍ଲକ ଅନ୍ତର୍ଗତ ଗିଦିଘାଟୀ ଗ୍ରାମପଞ୍ଚାୟତ ଜଜଗୋଡା (ତାରଣା) ଗ୍ରାମରେ ସାନ୍ତାଳୀ ଶିକ୍ଷାନୁଷ୍ଠାନ ଉଦଘାଟନ

mahabharatanews

ଚନ୍ଦ୍ରଭାଗା ବେଳାଭୁମିରେ ମେକ ଇନ ଓଡିଶା ଓ ଭାରତୀୟ କଳା ସସ୍କୃତି ଜୀବନ୍ତ ହୋଇଛି

mahabharatanews