(ଦିଲ୍ଲୀ) : ବିଜେପିରେ ଯୋଗ ଦେଲେ ବିଜେଡିରୁ ଇସ୍ତଫା ଦେଇଥିବା ସାଂସଦ ଭର୍ତ୍ତୃହରି ମହତାବ, ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର । ଗୁରୁବାର ବିଜେପିରେ ଯୋଗ ଦେଇଛନ୍ତି। ଅପରାହ୍ନ ସାଢ଼େ ୨ଟାରେ ନୂଆଦିଲ୍ଲୀର ବିଜେପି ମୁଖ୍ୟାଳୟରେ ଦଳରେ ଯୋଗ ଦେଇଛନ୍ତି।
ସୂଚନାନୁଯାୟୀ , ଏହା ସହିତ ମୟୂରଭଞ୍ଜର ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା ମଧ୍ୟ ବିଜେପିରେ ଯୋଗ ଦେଇଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ମନମୋହନ ସାମଲ, ବିଜୟପାଲ ସିଂ ତୋମର ଏବଂ ବୈଜୟନ୍ତ ପଣ୍ଡାଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି।
