ଭାରତ

ବିଜେପିରେ ଯୋଗ ଦେଲେ ଭର୍ତ୍ତୃହରି, ସିଦ୍ଧାନ୍ତ, ଦମୟନ୍ତୀ

(ଦିଲ୍ଲୀ) : ବିଜେପିରେ ଯୋଗ ଦେଲେ ବିଜେଡିରୁ ଇସ୍ତଫା ଦେଇଥିବା ସାଂସଦ ଭର୍ତ୍ତୃହରି ମହତାବ, ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର । ଗୁରୁବାର ବିଜେପିରେ ଯୋଗ ଦେଇଛନ୍ତି। ଅପରାହ୍ନ ସାଢ଼େ ୨ଟାରେ ନୂଆଦିଲ୍ଲୀର ବିଜେପି ମୁଖ୍ୟାଳୟରେ ଦଳରେ ଯୋଗ ଦେଇଛନ୍ତି।

ସୂଚନାନୁଯାୟୀ , ଏହା ସହିତ ମୟୂରଭଞ୍ଜର ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା ମଧ୍ୟ ବି‌ଜେପିରେ ଯୋଗ ଦେଇଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ମନମୋହନ ସାମଲ, ବିଜୟପାଲ ସିଂ ତୋମର ଏବଂ ବୈଜୟନ୍ତ ପଣ୍ଡାଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି।

Related posts

୨୪ ଘଣ୍ଟାରେ ଦେଶରେ ୯,୦୬୨ କରୋନା ଆକ୍ରାନ୍ତ ଚିହ୍ନଟ

mahabharatanews

ମୁର୍ମୁଙ୍କ ନିର୍ବାଚନ ନିଶ୍ଚିନ୍ତ

mahabharatanews

ଆଜି ସନ୍ଧ୍ୟାରେ ଇତିହାସ ରଚିବ ଭାରତ

mahabharatanews