ଓଡିଶା

ଆଜିଠୁ ୩ମାସ ଯାଏ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ରାପଡ଼ା: ଆଜିଠୁ ୩ମାସ ଯାଏ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ | ମେ ୧ରୁ ଜୁଲାଇ ୩୧ ତାରିଖ ଯାଏ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ଭିତରକନିକା | ବିରଳ ବଉଳା କୁମ୍ଭୀରଙ୍କ ପାଇଁ ଭିତରକନିକା ପ୍ରସିଦ୍ଧି ଲାଭ କରିଛି। ଏହି ସମୟ ବିରଳ କୁମ୍ଭୀରଙ୍କ ପ୍ରଜନନ ଋତୁ। କୁମ୍ଭୀରମାନେ ସ୍ଥଳ ଭାଗକୁ ଉଠି ସୁରକ୍ଷିତ ସ୍ଥାନ ଦେଖି ବସା ବାନ୍ଧି ଅଣ୍ତା ଦେଇଥାନ୍ତି।

ଏହି ସମୟରେ ମା କୁମ୍ଭୀର ଅଧିକ ହିଂସ୍ର ହୋଇଥାଏ। ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ପ୍ରତିବର୍ଷ ମେ ୧ରୁ ୩ ମାସ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯାଇଥାଏ। ପର୍ଯ୍ୟଟକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଆଜିଠାରୁ ଜୁଲାଇ ୩୧ ତାରିଖ ଯାଏ ୩ମାସ ଧରି ଭିତରକନିକାକୁ ପ୍ରବେଶ ନିଷେଧ କରାଯାଇଛି।

Related posts

ଜିଲ୍ଲାପାଳଙ୍କ କୁଲିଆତୁଲ ମଦ୍ରାସା ପରିଦର୍ଶନ

mahabharatanews

ଶବ ବ୍ୟବଚ୍ଛେଦକୁ ନେଇ ଡାକ୍ତରଙ୍କୁ ମାଡ ଅଭିଯୋଗ, ୩ ଗିରଫ

mahabharatanews

ନାଁ କୁ ମାତ୍ର କଣ୍ଟେନମେଣ୍ଟ ଜୋନ: ଅବାଧରେ ଯାତାୟାତ କରୁଛନ୍ତି ଲୋକେ

mahabharatanews