ଓଡିଶା

ଆଜିଠୁ ୩ମାସ ଯାଏ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ରାପଡ଼ା: ଆଜିଠୁ ୩ମାସ ଯାଏ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ | ମେ ୧ରୁ ଜୁଲାଇ ୩୧ ତାରିଖ ଯାଏ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ଭିତରକନିକା | ବିରଳ ବଉଳା କୁମ୍ଭୀରଙ୍କ ପାଇଁ ଭିତରକନିକା ପ୍ରସିଦ୍ଧି ଲାଭ କରିଛି। ଏହି ସମୟ ବିରଳ କୁମ୍ଭୀରଙ୍କ ପ୍ରଜନନ ଋତୁ। କୁମ୍ଭୀରମାନେ ସ୍ଥଳ ଭାଗକୁ ଉଠି ସୁରକ୍ଷିତ ସ୍ଥାନ ଦେଖି ବସା ବାନ୍ଧି ଅଣ୍ତା ଦେଇଥାନ୍ତି।

ଏହି ସମୟରେ ମା କୁମ୍ଭୀର ଅଧିକ ହିଂସ୍ର ହୋଇଥାଏ। ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ପ୍ରତିବର୍ଷ ମେ ୧ରୁ ୩ ମାସ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯାଇଥାଏ। ପର୍ଯ୍ୟଟକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଆଜିଠାରୁ ଜୁଲାଇ ୩୧ ତାରିଖ ଯାଏ ୩ମାସ ଧରି ଭିତରକନିକାକୁ ପ୍ରବେଶ ନିଷେଧ କରାଯାଇଛି।

Related posts

 ଆଜି ଶ୍ରାବଣ ମାସର ଶେଷ ସୋମବାର, ଚଳଚଞ୍ଚଳ ଶୈବ ପୀଠ

mahabharatanews

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭ ଜଣଙ୍କର ମୃତ୍ୟୁ, ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧୫୬୦କୁ ବୃଦ୍ଧି

mahabharatanews

ବାଇକକୁ ପିଟିଲା ଟ୍ରକ, ବାଇକ ଆରୋହୀ ମୃତ

mahabharatanews