ଓଡିଶା

ଆଜିଠୁ ୩ମାସ ଯାଏ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ରାପଡ଼ା: ଆଜିଠୁ ୩ମାସ ଯାଏ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ | ମେ ୧ରୁ ଜୁଲାଇ ୩୧ ତାରିଖ ଯାଏ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ଭିତରକନିକା | ବିରଳ ବଉଳା କୁମ୍ଭୀରଙ୍କ ପାଇଁ ଭିତରକନିକା ପ୍ରସିଦ୍ଧି ଲାଭ କରିଛି। ଏହି ସମୟ ବିରଳ କୁମ୍ଭୀରଙ୍କ ପ୍ରଜନନ ଋତୁ। କୁମ୍ଭୀରମାନେ ସ୍ଥଳ ଭାଗକୁ ଉଠି ସୁରକ୍ଷିତ ସ୍ଥାନ ଦେଖି ବସା ବାନ୍ଧି ଅଣ୍ତା ଦେଇଥାନ୍ତି।

ଏହି ସମୟରେ ମା କୁମ୍ଭୀର ଅଧିକ ହିଂସ୍ର ହୋଇଥାଏ। ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ପ୍ରତିବର୍ଷ ମେ ୧ରୁ ୩ ମାସ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯାଇଥାଏ। ପର୍ଯ୍ୟଟକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଆଜିଠାରୁ ଜୁଲାଇ ୩୧ ତାରିଖ ଯାଏ ୩ମାସ ଧରି ଭିତରକନିକାକୁ ପ୍ରବେଶ ନିଷେଧ କରାଯାଇଛି।

Related posts

ଚାକିରୀ ନାଁରେ ଠକୁଥିଲେ ଦମ୍ପତି

mahabharatanews

ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦ୍ବିତୀୟ ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କରିଛନ୍ତି

mahabharatanews

୨ୟ ବବି ଦାସ !

mahabharatanews