ଓଡିଶା

ଆଜିଠୁ ଖୋଲିବ ବିଶ୍ବ ପ୍ରସିଦ୍ଧ ଭିତରକନିକା

(ଭିତରକନିକା) : ଆଜିଠୁ ଖୋଲିବ ବିଶ୍ବ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଇଁ ପ୍ରତି ବର୍ଷ ମେ ୧ରୁ ଜୁଲାଇ ୩୧ ତାରିଖ ଦୀର୍ଘ ୩ ମାସ ଧରି ଭିତରକନିକା ବନ୍ଦ ରହିଥାଏ। ଏହି ସମୟରେ ଦେଶ ବିଦେଶର ପର୍ଯ୍ୟଟକଙ୍କର ଭିତରକନିକାରେ ପ୍ରବେଶ ଉପରେ କଟକଣା ଥାଏ।

ସୂଚନାନୁଯାୟୀ , ପର୍ଯ୍ୟଟକମାନେ ଗୁପ୍ତି, ଚାନ୍ଦବାଲି, ଖୋଳା ଓ ଡାଙ୍ଗମାଳ ପ୍ରଭୃତି ୪ଟି ପ୍ରବେଶ ପଥ ଦେଇ ଭିତରକନିକା ମଧ୍ୟକୁ ପ୍ରବେଶ କରିପାରିବେ। ଭିତରକନିକାରେ ପର୍ଯ୍ୟଟକମାନେ ଜଳପଥରେ ବଉଳା କୁମ୍ଭୀର, ଦେଶୀ ଓ ବିଦେଶୀ ପକ୍ଷୀ, ହରିଣ, ବାରହା, ସମ୍ବର, ଝିଙ୍କ ଆଦି ନାନା ପଶୁପକ୍ଷୀ ଓ ମ୍ୟୁଜିୟମ ଦେଖିବା ସହ ବନବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ଦେଶର ପ୍ରଥମ ମ୍ୟାନଗ୍ରୁଭ ମେଟା ନର୍ସରି, ବୋଟ ଲାଇବ୍ରେରି, ସହିଦ ସ୍ତମ୍ଭ, କୁମ୍ଭୀର ପ୍ରଜନନ କେନ୍ଦ୍ର ଆଦି ଦେଖିପାରିବେ।

 

 

Related posts

ଚିଲିକା: ତଟରକ୍ଷା ବାହିନୀର ପାସିଙ୍ଗ ଆଉଟ ପରେଡ

mahabharatanews

ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

mahabharatanews

ଆସନ୍ତା ୫ ଦିନ ଘନ କୁହୁଡ଼ି 

mahabharatanews