ଓଡିଶା

ବିଧାନସଭାରେ ପୁଣି ହଟ୍ଟଗୋଳ; ୪ଟା ପର୍ଯ୍ୟନ୍ତ ଗୃହ ମୁଲତବି

ସୂଚନାନୁଯାୟୀ ,  ଗତକାଲି ଚତୁର୍ଥ ଦିନରେ ପ୍ରଶ୍ନକାଳ ସ୍ୱାଭାବିକ ଥିବା ବେଳେ ଶୂନ୍ୟକାଳରେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହକାର୍ଯ୍ୟ ବାରମ୍ବାର ବାଧାପ୍ରାପ୍ତ ହୋଇଥିଲା । ବାଚସ୍ପତି ସର୍ବଦଳୀୟ ବୈଠକ ଡାକି ଆଲୋଚନା କରିଥିଲେ ମଧ୍ୟ ଏହାର କୌଣସି ସୁଫଳ ମିଳିନଥିଲା । ଫଳରେ ଗୃହକୁ ବାରମ୍ବାର ମୁଲତବୀ ଘୋଷଣା କରିବାକୁ ପଡ଼ିଥିଲା । ଗତକାଲି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ବିରୁଦ୍ଧରେ ସ୍ୱାଧିକାର ଭଙ୍ଗ ନୋଟିସ ଆଣିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ । ଗତ ୨୫ ତାରିଖରେ ମୁଖ୍ୟମନ୍ତ୍ରୀ ଦେଇଥିବା ବିବୃତିକୁ ନେଇ ସେ ସ୍ୱାଧିକାର ଭଙ୍ଗ ନୋଟିସ ଆଣିଛନ୍ତି । ସେ କହିଛନ୍ତି, ”ବିରୋଧୀ ଦଳ ଭାବେ ବିବୃତି ମାଗିନଥିଲୁ । କିନ୍ତୁ ନିଜ ଆଡୁ ବିବୃତି ରଖିଥିଲେ ମୁଖ୍ୟମନ୍ତ୍ରୀ । ୫ -ଟି ସଚିବଙ୍କୁ ଘଣ୍ଟ ଘୋଡାଇବା ପାଇଁ ବିବୃତି ରଖିଥିଲେ ଏବଂ ବିରୋଧୀମାନଙ୍କୁ ଜନବିରୋଧୀ କହିଥିଲେ ।

Related posts

ମିଳିତ ଜନ ଶୁଣାଣି ଶିବିର

mahabharatanews

କ୍ୱାରେଣ୍ଟାଇନ ସେଣ୍ଟର ନିକଟରେ ମଦ୍ୟପାନକୁ ବିରୋଧ କରି ରାସ୍ତା ରୋକ କଲେ ଗ୍ରାମବାସୀ

mahabharatanews

‘ଓଡ଼ିଆ ଚରିତକୋଷ’ ପାଇଁ ପ୍ରସିଦ୍ଧି ଲାଭ କରିଥିବା ବିଶିଷ୍ଟ ଗ୍ରନ୍ଥାଗାରିକ ତଥା ଗବେଷକ ନଗେନ୍ଦ୍ର ନାଥ ମହାନ୍ତିଙ୍କ ପରଲୋକ

mahabharatanews