ଓଡିଶା

ବିଧାନସଭାରେ ପୁଣି ହଟ୍ଟଗୋଳ; ୪ଟା ପର୍ଯ୍ୟନ୍ତ ଗୃହ ମୁଲତବି

ସୂଚନାନୁଯାୟୀ ,  ଗତକାଲି ଚତୁର୍ଥ ଦିନରେ ପ୍ରଶ୍ନକାଳ ସ୍ୱାଭାବିକ ଥିବା ବେଳେ ଶୂନ୍ୟକାଳରେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହକାର୍ଯ୍ୟ ବାରମ୍ବାର ବାଧାପ୍ରାପ୍ତ ହୋଇଥିଲା । ବାଚସ୍ପତି ସର୍ବଦଳୀୟ ବୈଠକ ଡାକି ଆଲୋଚନା କରିଥିଲେ ମଧ୍ୟ ଏହାର କୌଣସି ସୁଫଳ ମିଳିନଥିଲା । ଫଳରେ ଗୃହକୁ ବାରମ୍ବାର ମୁଲତବୀ ଘୋଷଣା କରିବାକୁ ପଡ଼ିଥିଲା । ଗତକାଲି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ବିରୁଦ୍ଧରେ ସ୍ୱାଧିକାର ଭଙ୍ଗ ନୋଟିସ ଆଣିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ । ଗତ ୨୫ ତାରିଖରେ ମୁଖ୍ୟମନ୍ତ୍ରୀ ଦେଇଥିବା ବିବୃତିକୁ ନେଇ ସେ ସ୍ୱାଧିକାର ଭଙ୍ଗ ନୋଟିସ ଆଣିଛନ୍ତି । ସେ କହିଛନ୍ତି, ”ବିରୋଧୀ ଦଳ ଭାବେ ବିବୃତି ମାଗିନଥିଲୁ । କିନ୍ତୁ ନିଜ ଆଡୁ ବିବୃତି ରଖିଥିଲେ ମୁଖ୍ୟମନ୍ତ୍ରୀ । ୫ -ଟି ସଚିବଙ୍କୁ ଘଣ୍ଟ ଘୋଡାଇବା ପାଇଁ ବିବୃତି ରଖିଥିଲେ ଏବଂ ବିରୋଧୀମାନଙ୍କୁ ଜନବିରୋଧୀ କହିଥିଲେ ।

Related posts

ମେଗା ଜଳ ପ୍ରକଳ୍ପ ଓଭରହେଡ୍ ଟ୍ୟାଙ୍କର ଉପରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

mahabharatanews

ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ

mahabharatanews

ପୁରୀ ଓ ଯାଜପୁର ଜିଲ୍ଲାରେ ବନ୍ୟା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କଲେ କେନ୍ଦ୍ରୀୟ ଟିମ୍

mahabharatanews