ଓଡିଶା

ଯୁଗ ଯୁଗ ପାଇଁ ଅଦମ୍ୟ ସାହସ, ଓ ଅନନ୍ୟ ପରାକାଷ୍ଠାର ବାର୍ତ୍ତା ଦେଇ ଚାଲିବ ବିଜୁ ବାବୁଙ୍କ ଡାକୋଟା

ଭୁବନେଶ୍ୱର : ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ। ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜାତି ଉଦ୍ଦେଶ୍ୟରେ ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନକୁ ସମର୍ପଣ କରିଛନ୍ତି। Dakota DC-3 (VT-AUI) । ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ଏହି ବିମାନକୁ ଆଜି ସର୍ବସାଧାରଣଙ୍କ ପାଇଁ, ଓଡ଼ିଆ ମାନଙ୍କ ପାଇଁ ଓ ସାରା ଦେଶ ବାସୀଙ୍କ ପାଇଁ ସମର୍ପିତ କରିଛନ୍ତି।

ସୂଚନା ଯୋଗ୍ୟ ଯେ ଏହି ବିମାନ କଲିକତା ବିମାନ ବନ୍ଦର ରେ ବର୍ଷ ବର୍ଷ ଧରି ପରିତ୍ୟକ୍ତ ଅବସ୍ଥାରେ ଥିଲା। ରାଜ୍ୟ ସରକାରଙ୍କ ଉଦ୍ୟମରେ ଏହାକୁ ଭୁବନେଶ୍ବର ବିମାନ ବନ୍ଦରକୁ ଅଣା ଯାଇ ମରାମତି କରାଯାଇ ସମ୍ପୂର୍ଣ୍ଣ ନୂଆ ରୂପରେ ପ୍ରଦର୍ଶନ କରାଯାଇଛି।

ଏହି ବିମାନରେ ରହିଛି ବିଜୁ ବାବୁଙ୍କର, ଜଣେ ଅଦମ୍ୟ ସାହସୀ ଓଡ଼ିଆ ଯୁବକଙ୍କର ବିରତ୍ଵ ଓ ପରାକାଷ୍ଠା ର କାହାଣୀ। ଏହି ବିମାନରେ ବିଜୁ ବାବୁ, ତାଙ୍କ ପତ୍ନୀ ଜ୍ଞାନ ପଟ୍ଟନାୟକଙ୍କ ସହିତ ଇଣ୍ଡୋନେସିଆ ଯାଇ ସେଠାକାର ସ୍ଵାଧନତା ସଂଗ୍ରାମୀ ମାନଙ୍କୁ ଡଚ୍ ମାନଙ୍କ କବଳରୁ ମୁକ୍ତ କରି ଭାରତ ଆଣିଥିଲେ। ସେ କାହାଣୀ ଆଜି ସମସ୍ତେ ଜାଣନ୍ତି। କିନ୍ତୁ ଆଜିଠାରୁ ସେହି ଐତିହାସିକ ଘଟଣାର ଜୀବନ୍ତ ସାକ୍ଷୀ କୁ ଦେଖିବାର ସୁଯୋଗ ପାଇବେ ଓଡ଼ିଶା ବାସୀ, ଦେଶ ବାସୀ।

ଏହି ଅବସରରେ ମୁଖ୍ୟ ମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଏହି ବିମାନ ଏବେ ଯୁଗ ଯୁଗ ଧରି ଓଡ଼ିଆ ମାନଙ୍କୁ ସାହସ, ବିରତ୍ୱ ଓ ଦେଶ ପାଇଁ ସମର୍ପଣ ଭାବର ବାର୍ତ୍ତା ଦେଇ ଚାଲିବ। ବିଶ୍ଵ ବାସୀଙ୍କ ସମ୍ମୁଖରେ ଓଡ଼ିଶାର ମର୍ଯ୍ୟାଦାକୁ ପ୍ରତିଷ୍ଠିତ କରିବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର- ରଙ୍ଗେଇଲୁଣ୍ଡା ବିମାନସେବାର ଶୁଭାରମ୍ଭ ଶୁଭାରମ୍ଭ ମଧ୍ୟ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ ଆଜି ବିଧାନ ସଭା ଯାଇ ସେଠାରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

Related posts

ନବବର୍ଷରେ ଶ୍ରୀମନ୍ଦିର ଖୋଲାକୁ ନେଇ ଆରମ୍ଭ ହୋଇଛି ନୂଆ ବିବାଦ

mahabharatanews

ବିଭାଗ ବାରି କାହା ଆସିବା ବାଧ୍ୟତାମୂଳକ

mahabharatanews

ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ବୈଠକ

mahabharatanews