ଓଡିଶା

ହାଇୱା ଧକ୍କାରେ ବାଇକ୍ ଆରୋହୀ ମୃତ

ମହାଭାରତ, (ଗୋପ): ପୁରୀ ଜିଲ୍ଲା ଡେଲାଙ୍ଗ ଠାରେ ଏକ ହାଇୱା ଧକ୍କାରେ ଜଣେ ବାଇକ୍ ଆରୋହୀ ପ୍ରାଣ ହରାଇଛନ୍ତି । ମୃତ ଯୁବକ ଜଣକ ଡେଲାଙ୍ଗ ଥାନା ଅନ୍ତର୍ଗତ ଗୁଡୁପାଇଲୋ ଗାଁର ମାନଓ ବେହେରା ବୋଲି ଜଣାପଡିଛି । ସୂଚନା ଅନୁଯାୟୀ, ବାଇକ୍ ଆରୋହୀ ଜଣକ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ବେଳେ ବେଗୁନିଆ ପଡା ନିକଟରେ ଗାଡିଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏହି ଦୁର୍ଘଟଣାରେ ଜଣେ ବୃଦ୍ଧ ମଧ୍ୟ ଆହତ ହୋଇଛନ୍ତି । ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଖବର ପାଇ, ଡେଲାଙ୍ଗ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଗଣାଗ୍ରସ୍ତ ବାଇକଟିକୁ ଜବତ କରିବା ସହ ଯୁବକଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପୁରୀ ପଠାଇଛି । ଦୁର୍ଘଟଣା ପରେ ଘଟଣାସ୍ଥଳରୁୁ ହାଇୱା ଡ୍ରାଇଭର ଫେରାର ହୋଇଥିବା ବେଳେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

Related posts

ହକି ବିଶ୍ୱକପ ପାଇଁ ସଜେଇ ହେଇଛି ରାଉରକେଲା ସହର

mahabharatanews

୧୧ କେଭି ତାର ଲାଗି ଚାଷୀ ମୃତ

mahabharatanews

ମଣିଷ ପାଇଁ ଉଜୁଡି ଯାଉଛି ନୀରିହ ପକ୍ଷୀଙ୍କ ସଂସାର

mahabharatanews