(ଜଗତସିଂହପୁର): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ପ୍ରଚାର । ବିରୋଧିଦଳ ନେତା ମିଛ କଥା କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ବି.ଏସ୍.କେ.ୱାଇ, ମିଶନଶକ୍ତି, ମମତା, ଲକ୍ଷ୍ମୀ ବସ୍, ୫ଟି ସ୍କୁଲ ରୂପାନ୍ତରଣ, ପିଲାଙ୍କ ସ୍କଲାରସିପ୍, କାଳିଆ, ମଧୁବାବୁ ପେନ୍ସନ୍ ଯୋଜନା, ଚାଉଳ କାର୍ଡ ଆଦି କେମିତି ଲାଗୁଛି, ପୁରୀ ମନ୍ଦିର କାମ କେମିତି ଲାଗୁଛି ବୋଲି ପ୍ରଶ୍ନ କରିଥିଲେ । ସବୁ ପ୍ରଶ୍ନରେ ଉଚ୍ଛ୍ୱସିତ ସ୍ୱରରେ ଲୋକେ କହିଥିଲେ, ବହୁତ ଭଲ । ଜୁଲାଇରୁ ବିଜୁଳି ବିଲ୍ ଆସିବ ନାହିଁ, ବିଜୁ ଜନତା ସରକାର ମାଗଣା ବିଜୁଳି ଦେବ, ଆପଣମାନେ ଖୁସି ତ ? ଆନନ୍ଦ ଉଲ୍ଲାସ ମଧ୍ୟରେ ‘ହଁ’ ଧ୍ୱନିରେ ପ୍ରକମ୍ପିତ ହେଲା ସଭାସ୍ଥଳ । ନବୀନ ପଟ୍ଟନାୟକ ଭଲ କି ? ପ୍ରଶ୍ନରେ ଭାବବିହ୍ୱଳ ହୋଇ ଉପସ୍ଥିତ ଜନତା ବହୁତ ଭଲ ।
ସାରା ଭାରତବର୍ଷରେ ଏକ ନମ୍ୱର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଓଡ଼ିଶାକୁ ଏକ ନମ୍ୱର କରିବେ ନବୀନ ପଟ୍ଟନାୟକ – ଶ୍ରୀ ପାଣ୍ଡିଆନ । ବିଜେପି ଦଳ ମେନିଫେଷ୍ଟୋରେ ଲେଖିଛି ସେମାନେ କ୍ଷମତାକୁ ଆସିଲେ ଆୟୁଷ୍ମାନ ଯୋଜନା ଲାଗୁ କରିବେ । ଆୟୁଷ୍ମାନ ଯୋଜନା ଲାଗୁ ହେଲେ ଓଡ଼ିଶାର ମାତ୍ର ୨ କୋଟି ପରିବାର ଏଥିରେ ସାମିଲ ହୋଇପାରିବେ, ଅଧା ଲୋକ ଉପକୃତ ହେବେ । ବି.ଏସ୍.କେ.ୱାଇ ଯୋଜନାରେ ଓଡ଼ିଶାର ୯୮ ପ୍ରତିଶତ ଲୋକ ଉପକାର ପାଉଛନ୍ତି । ଆପଣ ଏବେ ଚିନ୍ତା କରନ୍ତୁ, ଆପଣଙ୍କର ଅଧା ଦରକାର ନା ପୁରା ଦରକାର। ଦ୍ୱିତୀୟରେ କହିଛନ୍ତି ବିଜୁଳି ମାଗଣା ଦେବେ । ଏଥିପାଇଁ ଆପଣଙ୍କୁ ୫୦ ହଜାର ଟଙ୍କା ଖର୍ଚ୍ଚ କରି ସୋଲାର ପ୍ୟାନେଲ ବସାଇବାକୁ ପଡ଼ିବ । ସୂର୍ଯ୍ୟକିରଣରୁ ଆପଣମାନେ ବିଜୁଳି ପାଇବେ, ଦିନରେ ଲଣ୍ଠନ ଦେଖାଉଛି ବିଜେପି ଦଳ । ତୃତୀୟରେ କହିଛନ୍ତି, ପ୍ରତି ମହିଳାଙ୍କୁ ୫୦ ହଜାର ଦେବେ । ପୂର୍ବ ନିର୍ବାଚନ ସମୟରେ କହିଥିଲେ ୧୫ ଲକ୍ଷ ଟଙ୍କା ଲେଖାଏଁ ଦେବେ, କୁଆଡ଼େ ଗଲା ? ତାଙ୍କୁ ପଚାରିବେ ? ମିଛ କଥାରେ ଜମା ପଡ଼ିବେ ନାହିଁ । କର୍ମୀମାନଙ୍କୁ କହିଲେ ଅଧିକ ମାର୍ଜିନରେ ପ୍ରାର୍ଥୀମାନଙ୍କୁ ଜିତାଇଲେ ସ୍ୱତନ୍ତ୍ର ପୁରସ୍କାର ଦେବେ ମୁଖ୍ୟମନ୍ତ୍ରୀ ।
