ଓଡିଶା

5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନକୁ ବିଜେଡି ସାଂସଦ ମାନସ ମଙ୍ଗରାଜଙ୍କ ଶୁଭେଚ୍ଛା

ଭୁବନେଶ୍ବର: ଚାକିରିରୁ ସ୍ବେଚ୍ଛାକୃତ ଅବସରେ ନେବା ପରେ ଭି.କେ. ପାଣ୍ଡିଆନଙ୍କୁ ନୂଆ ନିଯୁକ୍ତି ମିଳିଛି । 5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ହୋଇଛନ୍ତି ଭି.କେ ପାଣ୍ଡିଆନ। ନୂଆ ଦାୟିତ୍ବ ମିଳିବା ପରେ ଭି.କେ. ପାଣ୍ଡିଆନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଜେଡି ସାଂସଦ ମାନସ ମଙ୍ଗରାଜ ।

ମାନସ କହିଛନ୍ତି ଯେ, ନୂଆ ଭୂମିକା ଓ ନୂଆ ଦାୟିତ୍ବ ପାଇଁ ଆପଣଙ୍କୁ ଶୁଭେଚ୍ଛା । ଓଡ଼ିଶା ରୂପାନ୍ତରଣର ମଙ୍ଗୁଆଳ ହେଉଛନ୍ତି ଭି.କେ. ପାଣ୍ଡିଆନ । 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ହେବା ପରେ ବିକାଶ କାର୍ଯ୍ୟ ଆହୁରି ତ୍ବରାନ୍ବିତ ହେବ । ମୁଖ୍ୟମନ୍ତ୍ରୀଙ୍କୁ ସିଧାସଳଖ ରିପୋର୍ଟ ଦ୍ବାରା ବିକାଶ ଧାରା କ୍ଷୀପ୍ର ହେବ ବୋଲି  ସାଂସଦ ମାନସ ମଙ୍ଗରାଜ କହିଛନ୍ତି।

Related posts

ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ

mahabharatanews

ଅଗଷ୍ଟ ଗାଇଡ ଲାଇନର କଣ ରହିବ ରୂପ ରେଖ

mahabharatanews

ରାଜ୍ୟରେ ହଜାରେ ଉପରେ ଦୈନିକ କରୋନା ସଂକ୍ରମଣ: ଖୋର୍ଦ୍ଧାକୁ ଟପିଲା ସୁନ୍ଦରଗଡ଼ରେ କରୋନା ସଂକ୍ରମିତଙ୍କ ସଂଖ୍ୟା

mahabharatanews