ଓଡିଶା

ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେଡି

ନିରଞ୍ଜନଙ୍କୁ ନୂଆପଡା ମହେଶ୍ୱରଙ୍କୁ ମୟୁରଭଞ୍ଜ

ଭୁବନେଶ୍ୱର: ବିଜୁ ଜନତା ଦଳ ପକ୍ଷରୁ ୩୦ ଜିଲ୍ଲାରେ ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି। ଏନେଇ ବିଜୁ ଜନତା ଦଳ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ନୂଆପଡା, କଳାହାଣ୍ଡି, ବଲାଙ୍ଗୀର, ବରଗଡ ଭଳି ୪ଟି ଜିଲ୍ଲାରେ ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି। ସେହିପରି ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ ବାଲେଶ୍ୱର ଭଳି ୬ ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଛି। ସେହିପରି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦିଆଯାଇଛି। ବରିଷ୍ଠ ବିଜେଡି ନେତା ଦେବୀପ୍ରସାଦ ମିଶ୍ରଙ୍କୁ ଗଞ୍ଜାମ, ନୟାଗଡ, କନ୍ଧମାଳ, ଖୋର୍ଦ୍ଧା, ପୁରୀ, ବୌଦ୍ଧ ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ଅବସ୍ଥାପିତ କରାଯାଇଛି। ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କୁ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ଅବସ୍ଥାପିତ କରାଯାଇଛି। ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ସୋନପୁର, ଦେବଗଡ, ଅନୁଗୁଳ, ଡେଙ୍କାନାଳ ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ଅବସ୍ଥାପିତ କରାଯାଇଛି।

Related posts

ରାଜ୍ୟରେ ହେବ ୨୦ଟି ସାଇନ୍ସ ପାର୍କ : ରାଜ୍ୟ ସରକାର ବହନ କରିବେ ସମସ୍ତ ଖର୍ଚ୍ଚ 

mahabharatanews

ଟାଣି ନେଇଥିଲା କୁମ୍ଭୀର, ମିଳିଲା ମହିଳାଙ୍କ ମୃତଦେହ

mahabharatanews

ବିଜେପୁରରେ ଆଇସିଆଇସିଆଇ ବ୍ୟାଙ୍କ ଶାଖା ଉଦଘାଟିତ

mahabharatanews