ଓଡିଶାରାଜନୀତି

ପୁଣି ବିଜେଡିକୁ ଲାଗିଲା ବଡ଼ ଝଟକା

ପୁଣି ବିଜେଡିକୁ ବଡ଼ ଝଟକା ଲାଗିଛି । ବିଜେଡି ସାଂସଦ ଦେବାଶିଷ ସାମନ୍ତରାୟ ପଦ ଛାଡିଛନ୍ତି । ବିଜେଡିର ସିନିୟର ସିଟିଜେନ୍‌ ସେଲ୍‌ ଉପସଭାପତି ପଦରୁ ମଙ୍ଗଳବାର ଦେବାଶିଷ ଇସ୍ତଫା ଦେଇଛନ୍ତି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି । ପୂର୍ବରୁ ଦଳ ଉପରେ ଅସନ୍ତୋଷ ଥିଲେ । ତେବେ ଗୁରୁତ୍ୱ ଦେଉନଥିବାରୁ ପଦବୀ ଛାଡ଼ିଥିବା ଇସ୍ତଫାପତ୍ରରେ ଦେବାଶିଷ ଉଲ୍ଲେଖ କରିଛନ୍ତି ଏବଂ ବିଜୁ ବାବୁଙ୍କ ଆଦର୍ଶରେ ଆଉ ଦଳ ଚାଲୁନଥିବା ଚିଠିରେ ଦର୍ଶାଇଛନ୍ତି ଦେବାଶିଷ । ଏହା କେବଳ ମୋତେ ଆଘାତ ଦେଇନାହିଁ, ଦଳରେ ଥିବା ହଜାର ହଜାର କର୍ମୀଙ୍କୁ ମଧ୍ୟ ଆଘାତ ଦେଉଛି । ସର୍ବପରେ ବି ନବୀନ ପଟ୍ଟନାୟକଙ୍କ ପ୍ରତି ତାଙ୍କର ବିଶ୍ୱସ୍ତତା ରହିଛି ବୋଲି ଦେବାଶିଷ ଚିଠିରେ ଉଲ୍ଲେଖ କରିଛନ୍ତି ।

ଇସ୍ତଫା ଦେବା ପରେ ଏବେ ଚର୍ଚ୍ଚା ହେଉଛି ଦେବାଶିଷଙ୍କ ଗତି କେଉଁଆଡେ ରହିବ । ଚର୍ଚ୍ଚା ଆରମ୍ଭ ହେଲାଣି ଯେ ଦେବାଶିଷ ସାମନ୍ତରାୟ ଖୁବ୍ ଶୀଘ୍ର ବିଜେପିରେ ଯୋଗ ଦେବେ । ଖାଲି ସେତିକି ନୁହେଁ, ଆଗରୁ ବିଜେଡିର ଦୁଇ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇ ବିଜେପି ଟିକେଟରେ ପୁଣି ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ଠିକ୍ ସେହି ପନ୍ଥା ଅବଲମ୍ବନ କରିପାରନ୍ତି ଦେବାଶିଷ ସାମନ୍ତରାୟ ।

BJD MP Debashish Samantaray criticizes party leaders again,...

Related posts

ଭୁଲ ଇଞ୍ଜେକ୍ସନ ନେଇ ୫୯ ରୋଗୀ ଅସୁସ୍ଥ

mahabharatanews

ଓଡିଶା ଆସିଲା ୨୦ହଜାର ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟ କିଟ

mahabharatanews

ଦିନକ ପୂର୍ବରୁ ସରିଲା ବିଧାନସଭା ଅଧିବେଶନ

mahabharatanews