ଭାରତ

ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ

(ଦିଲ୍ଲୀ) ପ୍ରଥମ ପର୍ଯ୍ୟାୟ ମତଦାନ ହୋଇଛି ଶେଷ । ଆଉ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଛି ବଡ ଝଟକା । ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ । କଂଗ୍ରେସରୁ ଇସ୍ଥଫା ଦେଇଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ ପ୍ରଭାରୀ ତାଜିନ୍ଦର ସିଂହ ବିଟ୍ଟୁ ।

ସୂଚନାନୁଯାୟୀ , ସେ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି । ତେବେ ଇସ୍ତଫା ଦେବାର କିଛି ଘଣ୍ଟା ପରେ ହିଁ ସେ ଭାଜପାରେ ସାମିଲ ହୋଇଛନ୍ତି । ସେ ଦିଲ୍ଲୀରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଭାଜପା ମହାସଚିବ ବିନୋଦ ତାୱଡେଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି । ସେ ତାଙ୍କର ଇସ୍ତଫା ପତ୍ର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଙ୍କୁ ପଠାଇଦେଇଛନ୍ତି ।

Related posts

ପୁଣିଥରେ କଂଗ୍ରେସରେ ଯୋଗ ଦେଲେ କେନ୍ଦ୍ର ମନ୍ତ୍ରୀ ଚୌଧୁରୀ ବିରେନ୍ଦର ସିଂ

mahabharatanews

ଭୁଶୁଡ଼ିଗଲା ଦୁଇ କୋଠା, ଉଦ୍ଧାର କାର୍ଯ୍ୟ ଜାରି

mahabharatanews

ଜି-୨୦ ସମ୍ମିଳନୀ; ଆୟୋଜିତ ହେବ ହସ୍ତଶିଳ୍ପ ପ୍ରଦର୍ଶନୀ ଓ ବିକ୍ରି ମେଳା

mahabharatanews