ବାଲେଶ୍ୱର: ବିଜେପି ନେତା ତଥା ବାଲେଶ୍ୱର ସଦର ବିଧାୟକ ମଦନ ମୋହନ ଦତ୍ତଙ୍କର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା । ଲିଭର ଜନିତ ରୋଗରେ ଆକ୍ରାନ୍ତ ହୋଇ କିଛି ମାସ ଧରି ଚିକିତ୍ସାଧୀନ ଥିଲେ ।
୨୦୧୯ ସାଧାରଣ ନିର୍ବାଚନରେ ବିଜେପି ଟିକଟରେ ସେ ବାଲେଶ୍ୱର ସଦରରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ସେ ଜଣେ ଲୋକପ୍ରିୟ ନେତା ଭାବେ ପରିଚିତ ଥିଲେ । ଏହା ସେ ପୂର୍ବରୁ ରେମୁଣା ବ୍ଲକ ଅଧ୍ୟକ୍ଷ ଓ ଜିଲ୍ଲା ପରିଷଦର ଉପସଭାପତି ଥିଲେ । ତାଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ବରିଷ୍ଠ ବିଜେପି ନେତା ରଘୁନାଥ ମହାନ୍ତି, ଜିଲ୍ଲା ସଭାପତି ଉମାକାନ୍ତ ମହାପାତ୍ର ଓ ବିଭିନ୍ନ ଦଳର ନେତୃବୃନ୍ଦମାନେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
previous post
next post
