ଓଡିଶା

ବ୍ରଜରାଜନଗର ଉପ-ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ଘୋଷଣା କଲା ବିଜେଡି

ଭୁବନେଶ୍ୱର: ବ୍ରଜରାଜନଗର ଉପ-ନିର୍ବାଚନ ନେଇ ରାଜନୈତିକ ମାହୋଲ ବେଶ ସରଗରମ ରହିଛି । ଏହାସହ କିଏ ବାଜିମାତ ମାରିବ ସେନେଇ ରଣକୌଶଳ ମଧ୍ୟ ପ୍ରସ୍ତୁତ କରିଛି ସବୁ ଦଳ । ଏହାରି ମଧ୍ୟରେ ବ୍ରଜରାଜନଗର ଉପ-ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ଘୋଷଣା କଲା ବିଜେଡି । ଉପ-ନିର୍ବାଚନ ପ୍ରଚାର ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜୁ ଜନତା ଦଳ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କରିବେ ଉପ-ନିର୍ବାଚନ ପ୍ରଚାର । ତେବେ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ଅନେକ ବରିଷ୍ଠ ନେତା ଓ ମନ୍ତ୍ରୀଙ୍କ ନାଁ ରହିଛି । ତାଲିକାରେ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ପ୍ରଶନ୍ନ ଆଚାର୍ଯ୍ୟ, ନିରଞ୍ଜନ ପୂଜାରୀ, ଅରୁଣ ସାହୁ, ପ୍ରତାପ ଜେନାଙ୍କ ନାଁ ରହିଛି ।

Related posts

ଦୁର୍ବୁତଙ୍କ ଗୁଣ୍ଡାରାଜ ପ୍ରତିବାଦରେ ଏସପିଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

mahabharatanews

ପୁରୀରେ ଆନ୍ତର୍ଜାତୀୟ ବେଳାଭୁମୀ ସଫେଇ ଦିବସ ଅନୁଷ୍ଠିତ

mahabharatanews

ଦେବସ୍ନାନ ପୂର୍ଣ୍ଣିମା: ୧୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

mahabharatanews