ଓଡିଶା

ବ୍ରଜରାଜନଗର ଉପ-ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ଘୋଷଣା କଲା ବିଜେଡି

ଭୁବନେଶ୍ୱର: ବ୍ରଜରାଜନଗର ଉପ-ନିର୍ବାଚନ ନେଇ ରାଜନୈତିକ ମାହୋଲ ବେଶ ସରଗରମ ରହିଛି । ଏହାସହ କିଏ ବାଜିମାତ ମାରିବ ସେନେଇ ରଣକୌଶଳ ମଧ୍ୟ ପ୍ରସ୍ତୁତ କରିଛି ସବୁ ଦଳ । ଏହାରି ମଧ୍ୟରେ ବ୍ରଜରାଜନଗର ଉପ-ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ଘୋଷଣା କଲା ବିଜେଡି । ଉପ-ନିର୍ବାଚନ ପ୍ରଚାର ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜୁ ଜନତା ଦଳ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କରିବେ ଉପ-ନିର୍ବାଚନ ପ୍ରଚାର । ତେବେ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ଅନେକ ବରିଷ୍ଠ ନେତା ଓ ମନ୍ତ୍ରୀଙ୍କ ନାଁ ରହିଛି । ତାଲିକାରେ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ପ୍ରଶନ୍ନ ଆଚାର୍ଯ୍ୟ, ନିରଞ୍ଜନ ପୂଜାରୀ, ଅରୁଣ ସାହୁ, ପ୍ରତାପ ଜେନାଙ୍କ ନାଁ ରହିଛି ।

Related posts

ଯାଜପୁର ୟୁଟ୍ୟୁବର୍ ଦମ୍ପତିଙ୍କ ସମ୍ପତ୍ତି ଯାଞ୍ଚ କରିବ ଇଡି

mahabharatanews

ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀ 

mahabharatanews

୩୧ ପର୍ୟ୍ୟନ୍ତ ସବୁ ସରକାରୀ ଅଫିସକୁ ଜନସାଧାରଣଙ୍କୁ ମନା: ଜିଲ୍ଲାପାଳ

mahabharatanews