(ନୂଆଦିଲ୍ଲୀ): ଦେଶର ନୂତନ ସିଏଜି ଭାବେ ଗିରୀଶ ଚନ୍ଦ୍ର ମୁର୍ମୁ ଆଜି ଶପଥ ନେଇଛନ୍ତି । ରାଷ୍ଟ୍ରପତି ଭବନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନୂଆ ସିଏଜିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏହି କାର୍ଯ୍ୟକ୍ରମରେ ଉପ ରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରମୁଖ ଉପସ୍ଥିତ ଥିଲେ । ଜମ୍ମୁ-କାଶ୍ମୀରର ପୂର୍ବତନ ଉପ-ରାଜ୍ୟପାଳ ଗିରୀଶ ମୁର୍ମୁ ଦେଶର କମ୍ପଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ (ସିଏଜି) ଭାବେ ନିଯୁକ୍ତ ହୋଇଛନ୍ତି । ସେ ରାଜୀବ ମହର୍ଷିଙ୍କ ସ୍ଥାନରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ୧୯୮୫ ବ୍ୟାଚ ଆଇଏଏସ ଅଫିସର ମୁର୍ମୁ ଜମ୍ମୁ ଓ କାଶ୍ମୀରର ଉପରାଜ୍ୟପାଳ ପଦରୁ ୫ ତାରିଖରେ ଇସ୍ତଫା ଦେଇଥିଲେ । ତାଙ୍କ ସ୍ଥାନରେ ମନୋଜ ସିହ୍ନାଙ୍କୁ ଜମ୍ମୁ ଓ କାଶ୍ମୀରର ଉପରାଜ୍ୟପାଳ ନିଯୁକ୍ତ କରାଯାଇଛି ।
previous post
next post