ଓଡିଶାପାଣିପାଗ

୧୩ରେ ପ୍ରବଳ ବର୍ଷା ସମ୍ଭାବନା; ‘ୟେଲୋ’ ଓ୍ଵାର୍ଣ୍ଣିଂଜାରି

ଭୁବନେଶ୍ୱର: ୨୪ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଓଡ଼ିଶା ଉପରେ ରହିଥିବା ଅବପାତ ଏବେ ଦୁର୍ବଳ ଅବସ୍ଥାରେ । ଏବେ ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି। ଏହାର ପ୍ରଭାବରେ ଓଡିଶାର ପ୍ରାୟ ସମସ୍ତ ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।ଅନ୍ୟପକ୍ଷରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ବର୍ଷାର ସମ୍ଭାବନା ଅଛି ଏବଂ ଏହା ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ଅଛି। ସେଥିପାଇଁ ଲଘୁଚାପ ପ୍ରଭାବରେ ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ବରଗଡ଼, ଦେବଗଡ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ କମଳା ଚେତାବନୀ ବା ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Related posts

ଆଠଗଡ଼ ମହୋତ୍ସବର ଉଦଯାପନୀ ସନ୍ଧ୍ୟାରେ ଯୋଗଦେଲେ କଟକ ସାଂସଦ ଭର୍ତ୍ତୃହରି ମହତାବ

mahabharatanews

 ୬ରେ ଓଡିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ

mahabharatanews

ଗତ ଜୁନରୁ ନଭେମ୍ବର ଭିତରେ ଘଟିଥିବା ଅପରାଧର ତଥ୍ୟ ରଖିଲେ ମୁଖ୍ୟମନ୍ତ୍ରୀ

mahabharatanews