ଓଡିଶାପାଣିପାଗ

୨୪ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ୨୪ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାରେ ରହିଛି ବର୍ଷା ସମ୍ଭାବନା। ମୌସୁମୀ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ବାଲେଶ୍ୱର ଉପର ଦେଇ ପୂର୍ବ-ପୂର୍ବ ଦିଗରେ ଏବଂ ପରେ ଉତ୍ତର-ପୂର୍ବ ଦିଗରେ ବଙ୍ଗୋପସାଗର ଦେଇ ଗତି କରୁଛି। ଏବଂ ଏହା ସମୁଦ୍ର ପତନଠାରୁ ୦.୯ କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା କାଳବୈଶାଖୀ ହେବାର ଆଶଙ୍କା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୨୭ ତାରିଖ, ବୁଧବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କୌଣସି ଜିଲ୍ଲାରେ ବଡ଼ ବର୍ଷାର ସମ୍ଭାବନା ନାହିଁ।

ତେବେ, ଏହି ସମୟ ମଧ୍ୟରେ ବରଗଡ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା ଓ ଗଜପତି ପ୍ରଭୃତି ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

Related posts

ସଂଘ ରୋଧ କେନ୍ଦ୍ରରେ ବୃକ୍ଷ ରୋପଣ

mahabharatanews

କଟକରେ ଭସାଣ ବେଳେ ଯାନବହାନ ଚଳାଚଳ ଉପରେ ବାରଣ

mahabharatanews

ନକ୍ସଲଙ୍କ ଯୋଜନା ପଣ୍ଡ;  ଲ୍ୟାଣ୍ଡମାଇନ ଜବତ

mahabharatanews