ଓଡିଶା

ଜାଣନ୍ତୁ କୁମାର ପୂର୍ଣ୍ଣିମାରେ ଚନ୍ଦ୍ର ଗ୍ରହଣର ସ୍ପର୍ଶ ସମୟ

(ପୁରୀ) :  ଚକ୍ରରାଜ ସୁଦର୍ଶନ ଚାରି ଆଶ୍ରମ ପରିକ୍ରମା କରିଥାନ୍ତି । ପ୍ରଥମେ ମାର୍କେଣ୍ଡେୟ ଆଶ୍ରମ ପରେ ଅଙ୍ଗିରା, ଭୃଗୁ ଶେଷରେ କଣ୍ଡୁ ଆଶ୍ରମ ବିଜେ କରିଥାନ୍ତି । ଚକ୍ରରାଜ ସୁଦର୍ଶନ ମଧ୍ୟାହ୍ନ ଧୂପ ପରେ ରତ୍ନ ସିଂହାସନରୁ ଆସି ଚଉଦୋଳରେ ବିଜେ ହୋଇ ପରିକ୍ରମା କରିବା ପରେ ପାକତ୍ୟାଗ ପୂର୍ବରୁ ରତ୍ନସିଂହାସନରେ ବିଜେ କରିବେ । ଚଳିତ ମାସ କୁମାର ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ । ଅକ୍ଟୋବର ମାସ ୨୮ ତାରିଖରେ ପଡୁଛି ରାହୁଗ୍ରସ୍ତ ଖଣ୍ଡ ଗ୍ରାସ ଚନ୍ଦ୍ର ଗ୍ରହଣ । ଗ୍ରହଣର ଅବଧି ହେଉଛି ୧ଘଣ୍ଟା ୧୯ମିନିଟ ୭ସେକେଣ୍ଡ ।

ସୂଚନାନୁଯାୟୀ , ଗ୍ରହଣର ସ୍ପର୍ଶ ସମୟ ହେଉଛି ରାତ୍ରି ୧ ଘଣ୍ଟା ୪ ମିନିଟ୍ ୫୫ସେକେଣ୍ଡ । ଗ୍ରହଣ ସର୍ବମୋକ୍ଷ ସମୟ ହେଉଛି ରାତ୍ରୀ ୨ଟା ୨୪ମିନିଟ୍ ୨ ସେକେଣ୍ଡ । । ଗ୍ରହଣର ୯ ଘଣ୍ଟା ପୂର୍ବରୁ ଅର୍ଥାତ୍ ଦିବା ୪ ଘଣ୍ଟା ୪ ମିନିଟ୍ ୫୫ ସେକେଣ୍ଡ ଠାରୁ ରାତ୍ର ୨ଟା ୨୪ମିନିଟି ୨ସେକେଣ୍ଡ ପର୍ଯ୍ୟନ୍ତ ପାକତ୍ୟାଗ ଓ ଦେବନୀତି ନିଷିଦ୍ଧ ରହିବ ।

Related posts

କୂଅ ଭିତରୁ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର,

mahabharatanews

ସର୍ବପୁରାତନ ରେଭେନ୍ସା କଲେଜିଏଟ ସ୍କୁଲ ହେବ ଐତିହ୍ୟ ସ୍କୁଲ

mahabharatanews

ଚିର ସ୍ମରଣୀୟ ଅକ୍ଷୟ ମହାନ୍ତି

mahabharatanews

Leave a Comment