ଓଡିଶା

‘ହଣ୍ଟର ଗ୍ରିନ୍‌’ପୋଷାକ ପିନ୍ଧିବେ ନବମ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ

(ଭୁବନେଶ୍ୱର) : ବଦଳିବ ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ନବମ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ୟୁନିଫର୍ମର ରଙ୍ଗ । ଧଳା ଓ ଘନନୀଳ ବଦଳରେ ଏଣିକି ସେମାନେ ‘ହଣ୍ଟର ଗ୍ରିନ୍‌’ ରଙ୍ଗର ପୋଷାକ ପିନ୍ଧିବେ। ଛାତ୍ରଙ୍କ ପାଇଁ ଫୁଲ୍‌ପ୍ୟାଣ୍ଟ ଓ ସାର୍ଟ ରହିଥିବା ବେଳେ ଛାତ୍ରୀଙ୍କ ଲାଗି ଚୁଡ଼ିଦାର-ପଞ୍ଜାବୀ ସହ ଜ୍ୟାକେଟ୍‌ ପୋଷାକ ରହିଛି। ଡ୍ରେସ୍‌ରେ ଏକ ଲୋଗୋ ‘ଆମେ ଗଢ଼ିବୁ ନୂଆ ଓଡ଼ିଶା’ ରହିବ। ସପ୍ତାହର ୫ ଦିନ ଛାତ୍ରଛାତ୍ରୀ ୟୁନିଫର୍ମ ପିନ୍ଧିବେ। ଛାତ୍ରଛାତ୍ରୀଙ୍କ ପାଇଁ କଳା ଜୋତା ଓ ଧଳା ମୋଜା ବାଧ୍ୟତାମୂଳକ ହୋଇଛି।

ସୂଚନାନୁଯାୟୀ , ଶନିବାର ବିଭିନ୍ନ କ୍ଲବର କାର୍ଯ୍ୟକଳାପ ରହିଥିବାରୁ ଛାତ୍ରଛାତ୍ରୀ ଟି-ସାର୍ଟ ଓ ଟ୍ରାକ୍‌ ପ୍ୟାଣ୍ଟ ପିନ୍ଧି ବିଦ୍ୟାଳୟକୁ ଆସିବେ। ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନାରେ ହାଇସ୍କଲରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା-ମୋଜା ମିଳିବ। ପୂର୍ବରୁ କେବଳ ପ୍ରଥମରୁ ଅ‌ଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ପୋ‌ଷାକ ଓ ଜୋତା-ମୋଜା ପାଉଥିବା ବେଳେ ଏବେ ହାଇସ୍କୁଲ ପିଲାମାନଙ୍କ ପାଇଁ ନୂତନ ଯୋଜନା କାର୍ଯ୍ୟକରୀ କରିବା ଦିଗରେ ରାଜ୍ୟ ସରକାର ଏବର୍ଷଠାରୁ ପଦକ୍ଷେପ ଗ୍ରହଣ କରିଛନ୍ତି।

Related posts

ଚାଷୀଙ୍କୁ ମାଡ଼ ମାରି ପରିବା ଛଡାଇ ନେଲା କେନ୍ଦ୍ରାପଡା ପୋଲିସ

mahabharatanews

ଆନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବର ଦିତୀୟ ଦିନରେ ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ବାଲୁକାଶିଳ୍ପୀ

mahabharatanews

ଆଇନଜୀବୀ ସାବିତ୍ରୀ ରଥ ଓଡିଶା ହାଇକୋର୍ଟର ବିଚାରପତି ନିଯୁକ୍ତ

mahabharatanews