ଓଡିଶା

୧୪ରେ ଓଡ଼ିଶା ଆସିବେ। CJI ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ଓଡିଶା ଆସୁଛନ୍ତି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ। ଆସନ୍ତା ରବିବାର ୧୪ ତାରିଖରେ ଓଡ଼ିଶା ଆସିବେ। CJI ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ସେ ଓଡିଶା ଆସୁଛନ୍ତି। ଓଡିଶା ହାଇକୋର୍ଟ ବାର ଆସୋସିଏସନ ପକ୍ଷରୁ କଟକ ସହିଦ ଭବନରେ ଆୟୋଜିତ ସାଧାରଣ ଲୋକଙ୍କ ପାଇଁ ନ୍ୟାୟ ସୁନିଶ୍ଚିତ, ମାମଲା ଖର୍ଚ୍ଚ ଏବଂ ବିଳମ୍ବ ହ୍ରାସ କରିବା ପାଇଁ ରଣନୀତି ଶୀର୍ଷକ ଆଲୋଚନା ଚକ୍ରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ପ୍ରଧାନ ବିଚାରପତି।

ଆୟୋଜିତ କାର୍ଯ୍ୟକ୍ରମରେ ଓଡିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ମୁଖ୍ୟ ବକ୍ତା, ଆଡଭୋକେଟ ଜେନେରାଲ ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ ଓ ରାଜ୍ୟ ଆଇନଜୀବୀ ପରିଷଦ ଅଧ୍ୟକ୍ଷ ସିତାଂଶୁ ମୋହନ ଦ୍ବିବେଦୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଉଛନ୍ତି ।  ଏହି କାର୍ଯ୍ୟକ୍ରମରେ ୫୦ ବର୍ଷରୁ ଅଧିକ ସମୟ ଧରି ଓକିଲାତି ପେଶାରେ ନିୟୋଜିତ ଥିବା ବରିଷ୍ଠ ଆଇନଜୀବୀଙ୍କୁ ସମ୍ବର୍ଦ୍ଧିତ କରାଯିବାର ରହିଛି ବୋଲି ହାଇକୋର୍ଟ ବାର ଆସୋସିଏସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି।

Related posts

ଓଏଲଏମ ମଞ୍ଚ ପକ୍ଷରୁ ସାତଶଙ୍ଖ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ସଫେଇ

mahabharatanews

ବନ୍ଦ ଘରୁ  ସୁନା ଚୋରି ହୋଇଥିବା ଘଟଣାରେ ପୋଲସରା ପୋଲିସ ପଞ୍ଝାରେ ୩ ଦୁର୍ବୁତ୍ତ…

mahabharatanews

ରାଜ୍ୟରେ କରୋନାଜନିତ ମୃତ୍ୟୁ ୮ରେ ପହଞ୍ଚିଛି

mahabharatanews