ଓଡିଶା

ଦୁର୍ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ:  ଆହତଙ୍କୁ ଭେଟିଲେ

 (ବାଲେଶ୍ଵର) :  ବାଲେଶ୍ୱର ଜିଲ୍ଲା ବାହାନଗା ନିକଟରେ ଘଟିଥିବା ଟ୍ରେନ୍‌ ଦୁର୍ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚିଛନ୍ତି। ତାଙ୍କ ସହ ୫ଟି ସଚିବ ଭି କେ ପାଣ୍ଡିଆନ୍ ମଧ୍ୟ ଦୁର୍ଘଟଣାସ୍ଥଳକୁ ଯାଇଛନ୍ତି।

ସୂଚନାନୁଯାୟୀ , ମୁଖ୍ୟମନ୍ତ୍ରୀ ଘଟଣାର ସ୍ଥିତି ଅନୁଧ୍ୟାନ କରିଛନ୍ତି। ଉଦ୍ଧାର କାର୍ଯ୍ୟ ଓ ଗୁରୁତର ଯାତ୍ରୀଙ୍କ ଚିକିତ୍ସା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଏହାପରେ ସେ ବାଲେଶ୍ୱର ମେଡିକାଲ କଲେଜକୁ ଯାଇ ଆହତଙ୍କୁ ଭେଟିଛନ୍ତି ଓ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। କରମଣ୍ଡଳ ଏକ୍ସପ୍ରେସ୍‌ ଦୁର୍ଘଟଣାଗ୍ରସ୍ତ ହେଲା ପରେ ଯାତ୍ରୀମାନଙ୍କୁ ଉଦ୍ଧାର ସହ ଚିକିତ୍ସା ସୁବିଧା ଯୋଗାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍‌କାଳ ପଦକ୍ଷେପ ନିଆଯାଇଛି। ରାତିରେ ନିଜେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ରିଲିଫ୍‌ କମିସନର୍‌ଙ୍କ କାର୍ଯ୍ୟାଳୟର କଣ୍ଟ୍ରୋଲ୍‌ ରୁମ୍‌କୁ ଯାଇ ଉଦ୍ଧାର କାର୍ଯ୍ୟର ସମୀକ୍ଷା କରିଥ‌ିଲେ।

 

Related posts

ଆଜିଠୁ ଭଦ୍ରକ ଓ ଧାମନଗର ପୌରାଞ୍ଚଳ ଲକଡାଉନ

mahabharatanews

ବରିଷ୍ଠ ଆଇପିଏସ୍ ଡିଏସ୍ କୁଟ୍ଟେ ନିଲମ୍ବିତ

mahabharatanews

ସରପଞ୍ଚ ନେଉଥିଲେ ଲାଞ୍ଚ, ଧରିଲା ଭିଜିଲାନ୍ସ

mahabharatanews