ଓଡିଶା

ଶେରଗଡକୁ ଏନଏସି ମାନ୍ୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶେରଗଡକୁ ଏନଏସି ମାନ୍ୟତା । ଗଞ୍ଜମ ଜିଲ୍ଲାର ଶେରଗଡ ଗ୍ରାମପଞ୍ଚାୟତକୁ ଏନଏସି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆପଣଙ୍କ ସହଯୋଗରେ ହିଞ୍ଜିଳି ଶେରଗଡ ନିର୍ବାଚନମଣ୍ଡଳୀ ଏକ ଆଦର୍ଶ ନିର୍ବାଚନମଣ୍ଡଳୀ ହୋଇପାରିଛି । ବିକାଶ କ୍ଷେତ୍ରରେ ହିଞ୍ଜିଳି ଶେରଗଡ ଦେଶର ଶ୍ରେଷ୍ଠ ବ୍ଲକ ଭାବେ ନୂତନ ପରିଚୟ ହାସଲ କରିଛି । ହିଞ୍ଜିଳି ଶେରଗଡର ସବୁ ଘରକୁ ପାଇପ ଯୋଗେ ପାନୀୟ ଜଳ ଓ ଜମିକୁ ଜଳସେଚନ କରାଯାଉଛି । ଆପଣଙ୍କ ଆଶୀର୍ବାଦ ମୋତେ ଓଡ଼ିଶାର ସେବା କରିବାକୁ ଶକ୍ତି ଓ ସୁଯୋଗ ଦେଇଛି । ସେଥିପାଇଁ ମୁଁ ସବୁବେଳେ ହିଞ୍ଜିଳି ଶେରଗଡବାସୀଙ୍କ ପାଖରେ ଋଣୀ  ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।  ଏହାସହ ଶେରଗଡ ନିର୍ବାଚନମଣ୍ଡଳୀରେ ୩୦୦ କୋଟିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ନବୀନ ପଟ୍ଟନାୟକ କହିଛନ୍ତି, ୫-ଟି ବ୍ୟବସ୍ଥାରେ ରୂପାନ୍ତରଣ କାର୍ଯ୍ୟକ୍ରମ ହିଞ୍ଜିଳି ଶେରଗଡରୁ ଆରମ୍ଭ ହୋଇଥିଲା । ଲୋକଙ୍କ ଖୁସି ମୋତେ ବହୁତ ଆନନ୍ଦ ଦେଇଛି । ଖୁବଶୀଘ୍ର ହସ୍ପିଟାଲ ରୂପାନ୍ତରଣ କାମ ଆରମ୍ଭ ହେବାକୁ ଯାଉଛି ।

Related posts

ବନ୍ଦେ ମାତରମ ୧୫୦ ବର୍ଷ ପୂର୍ତ୍ତି ଓ ଆତ୍ମ ନିର୍ଭର ଭାରତ ସଂକଳ୍ପ ଅଭିଯାନ

mahabharatanews

ଭୁବନେଶ୍ୱରରେ ଖୋଲିଲା ଭିଏଲସିର ୨ୟ ବିୟୁଟି ଶୋ ରୁମ

mahabharatanews

୨୪ ଘଣ୍ଟାରେ ଲଘୁଚାପ, ୧୯ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି

mahabharatanews