ଓଡିଶା

କେଉଁଝର ଦୁର୍ଘଟଣା : ପୀଡ଼ିତଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

(କେଉଁଝର) : କେନ୍ଦୁଝର ଜିଲ୍ଲା ଷଠିଘର ଠାରେ ହୋଇଥିବା ଟ୍ରକ ଦୁର୍ଘଟଣାରେ ପାଞ୍ଚ ମୃତକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।  ଏହାଛଡ଼ା ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

 

ସୂଚନାନୁଯାୟୀ,  ମଙ୍ଗଳବାର ରାତିରେ୨୦ ନମ୍ବର ଜାତୀୟ ରାଜପଥରେ ଏକ ବରଯାତ୍ରୀ ଦଳ ଆସୁଥିବାବେଳେ ଷଠିଘର ନିକଟରେ ଶୁଆକାଟି ପଟୁ ଆସୁଥିବା ଏକ ଟ୍ରକ ସେମାନଙ୍କ ଉପରେ ଚଢ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ୫ଜଣଙ୍କ ମୃତ୍ୟୁ ହୋଇଥିଲା।

 

Related posts

ବାୟୁ ବୀରଙ୍କୁ ଯୁବ ଶିଳ୍ଳ୍ପୀ ଶ୍ୱାସତଙ୍କ ଶୁଭେଚ୍ଛା

mahabharatanews

ବଡ଼ଦିନରେ ଉଦାହରଣ ସାଜିଲେ କରଣ

mahabharatanews

ସୁବର୍ଣ୍ଣପୁର ଜିଳ୍ଲା ବିଜେପି ପକ୍ଷରୁ କରୋନ ଯୋଦ୍ଧାଙ୍କୁ ଖାଦ୍ୟ ସାମଗ୍ରୀ ବଣ୍ଟନ

mahabharatanews