ଓଡିଶା

ଦିଗପହଣ୍ଡି ଦୁର୍ଘଟଣାରେ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

(ଗଞ୍ଜାମ) : ଗତକାଲି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଖେମୁଣ୍ଡି କଲେଜ ନିକଟରେ ଘଟିଥିବା ଦୁର୍ଘଟଣା ପୀଡ଼ିତଙ୍କ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା ଘୋଷଣା କରିଛନ୍ତି। ମୃତକଙ୍କ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ରାଶି ଘୋଷଣା କରିଛନ୍ତି।

 

ସୂଚନାନୁଯାୟୀ, ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏହାଛଡ଼ା ଘଟଣାସ୍ଥଳକୁ ତୁରନ୍ତ ଯାଇ ବିପନ୍ନଙ୍କୁ ସହାୟତା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଅର୍ଥ ମନ୍ତ୍ରୀ ବିକ୍ରମ ଆରୁଖ ଓ ଗଞ୍ଜାମ ଡିପିସିସି ଅଧ୍ୟକ୍ଷ ବିଧାୟକ ବିକ୍ରମ ପଣ୍ଡାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Related posts

ସେବାୟତଙ୍କ ପାଇଁ ବଢ଼ିଲା ସ୍ୱାସ୍ଥ୍ୟବୀମା ରାଶି

mahabharatanews

ଉତ୍କଳ ବାଳାଶ୍ରମର ଅନ୍ତବାସୀଙ୍କୁ ପୋଷାକ ଓ ମିଷ୍ଟାନ ଭେଟି

mahabharatanews

ବାଲୁକା ମାଧ୍ୟମରେ ସମୁଦ୍ର ଓ ସାମୁଦ୍ରିକ ଜୀବ ଜନ୍ତୁଙ୍କ ସୁରକ୍ଷା

mahabharatanews