ଓଡିଶା

ରାଷ୍ଟ୍ରୀୟମର୍ଯ୍ୟଦାରେ ହେବ  ସ୍ୱାଧୀନତା ସଂଗ୍ରାମୀ ମକରଙ୍କ ଶେଷକୃତ୍ୟ

(ଭୁବନେଶ୍ୱର)  : ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ତେବେ ଏହି ବାର୍ତାରେ ସେ ଏପରି କିଛି ଲେଖିଛନ୍ତି ।

ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ଦାସ ଜଣେ ମହାନ ଦେଶଭକ୍ତ ଥିଲେ ଦେଶମାତୃକାର ସେବା ସହ ଜଣେ ସମାଜ ସଂସ୍କାରକ ଭାବରେ ସେ ସାମାଜିକ ବିକାଶରେ ମଧ୍ୟ ମହତ୍ୱପୂର୍ଣ୍ଣ ଅବଦାନ ରଖିଯାଇଛନ୍ତି। ତାଙ୍କର ତ୍ୟାଗପୂତ ସରଳ ଜୀବନ ସମସ୍ତଙ୍କ ପାଇଁ ପ୍ରେରଣାଦାୟୀ। ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇଛନ୍ତି। ସ୍ୱର୍ଗତ ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟମର୍ଯ୍ୟଦା ସହ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

 

Related posts

କଟକ ଯୋବ୍ରା ବ୍ୟାରେଜରୁ ମହାନଦୀକୁ ଡେଇଁଲେ ମହିଳା

mahabharatanews

 ପ୍ରବଳରୁ ଅତି ପ୍ରବଳ ବର୍ଷା; ୫ ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି 

mahabharatanews

 ଦୁର୍ଘଟଣାସ୍ଥଳରେ ପହଞ୍ଚିଲେ ରାଜସ୍ୱ ମନ୍ତ୍ରୀ

mahabharatanews