ଓଡିଶା

ମହେଶ୍ବରଙ୍କ ବିୟୋଗ ଓଡ଼ିଶା ପାଇଁ ଏକ ବଡ଼ କ୍ଷତି; ମୁଖ୍ୟମନ୍ତ୍ରୀ

(ଭୁବନେଶ୍ୱର) : ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କର ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି। ତାଙ୍କ ବିୟୋଗ ଓଡ଼ିଶା ପାଇଁ ଏକ ବଡ଼ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାନୁଯାୟୀ , ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହେଶ୍ବର ମହାନ୍ତି ଜଣେ ଲୋକପ୍ରିୟ ଜନନେତା ଭାବରେ ସୁନାମ ଅର୍ଜନ କରିଥିଲେ। ଜଣେ ଦକ୍ଷ ସଂଗଠକ ଭାବରେ ତାଙ୍କର ସୁନାମ ଥିଲା। ମନ୍ତ୍ରୀ ତଥା ବିଧାୟକ ଭାବେ ରାଜ୍ୟର ବିକାଶରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥିଲେ। ବିଶେଷକରି ପୁରୀ ଅଞ୍ଚଳର ବିକାଶରେ ତାଙ୍କର ଭୂମିକା ତାଙ୍କୁ ଅମର କରି ରଖିବ।

Related posts

ପୂର୍ବତନ ବାତସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକ

mahabharatanews

ଏନଟିପିସି, କଣିହାଁ ପ୍ରକଳ୍ପ ୩ୟ ଥର ବିଦ୍ୟୁତ୍ ଉତ୍ପାଦନରେ କଲା ରେକଡ୍

mahabharatanews

ତାତିରେ ଜଳୁଛି ସାରା ଓଡ଼ିଶା, ତାପମାତ୍ରା ୪୧ ଡିଗ୍ରୀ ପାର

mahabharatanews