ଓଡିଶା

ଡ୍ରାଇଭରଙ୍କ ମୃତ୍ୟୁ ହେଲେ ମିଳିବ ୪ ଲକ୍ଷ ଟଙ୍କା

 (ଭୁବନେଶ୍ୱର) : ଡ୍ରାଇଭରଙ୍କ ପାଇଁ ଆସିଲା ଖୁସି ଖବର । ଏଣିକି ଡ୍ରାଇଭରଙ୍କ ମୃତ୍ୟୁ ହେଲେ ମିଳିବ ୪  ଲକ୍ଷ ଟଙ୍କା ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ଏହି ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ଗଠନ ହେବାକୁ ଥିବା କଲ୍ୟାଣ ବୋର୍ଡ ପ୍ରସ୍ତାବକୁ ମଧ୍ୟ ମୁଖ୍ୟମନ୍ତ୍ରୀ ସ୍ୱୀକୃତି ପ୍ରଦାନ କରିଛନ୍ତି । ମୋଟର ଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ଯୋଜନାକୁ ଅନୁମୋଦନ କରିଛନ୍ତି ରାଜ୍ୟ ସରକାର ।

ସୂଚନାନୁଯାୟୀ , ମୋଟର ଯାନ ଡ୍ରାଇଭର ଓ ଅନ୍ୟାନ୍ୟ କର୍ମଚାରୀ ମାନଙ୍କର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି କଲ୍ୟାଣ ଯୋଜନାକୁ କାର୍ଯ୍ୟକାରୀ କରାଯାଉଛି । ଏହି ଯୋଜନାରେ ଡ୍ରାଇଭର ଏବଂ କର୍ମଚାରୀଙ୍କ ମୃତ୍ୟୁ ହେଲେ ୪ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ସେହିପରି ଗଭୀର ଆଘାତ କ୍ଷେତ୍ରରେ ୮୦  ହଜାର ଟଙ୍କା ସହାୟତା ଘୋଷଣା ଦିଆଯିବା ନେଇ ଘୋଷଣା ହୋଇଛି । ସ୍ଥାୟୀ ଅକ୍ଷମତା ମାମଲାରେ ମୋଟର ପରିବହନ ଡ୍ରାଇଭର କିମ୍ବା କର୍ମଚାରୀଙ୍କୁ ଦେଢ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ସାଧାରଣ ମୃତ୍ୟୁ ମାମଲାରେ ବ୍ୟକ୍ତିଙ୍କୁ ୨ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ଏହା ବ୍ୟତୀତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ମଧୁବାବୁ ପେନସନ ଯୋଜନା ଆଦିରେ ସେମାନଙ୍କ ଯୋଗ୍ୟତା ଅନୁସାରେ ଅନ୍ତର୍ଭୁକ୍ତ କରାଯିବ । ଏହି ଯୋଜନାରେ ୫ ଲକ୍ଷରୁ ଅଧିକ ଡ୍ରାଇଭର ଏବଂ କର୍ମଚାରୀ ଉପକୃତ ହେବେ ।

 

Related posts

ମଣିଷ ଖିଆ କୁମ୍ଭୀରର ଉତ୍ପାତ: ପୁଣି ଟାଣିନେଲା ଜଣଙ୍କୁ  

mahabharatanews

ଓଡ଼ିଶାରୁ କାଶ୍ମୀରର ମୋଷ୍ଟ ୱାଣ୍ଟେଡ ଆତଙ୍କବାଦୀ ଗିରଫ 

mahabharatanews

ସଡକ ଦୁର୍ଘଟଣାରେ ଯୁବକ ମୃତ୍ୟୁ

mahabharatanews