ଓଡିଶା

କିଶୋର କୁମାର ଜେନାଙ୍କୁ ଦେଢ଼ କୋଟି ଟଙ୍କା ସହ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

 (ଭୁବନେଶ୍ୱର) : ଏସିଆନ ଗେମ୍ସ ଜାଭଲିନ ଥ୍ରୋରେ ରୌପ୍ୟ ପଦକ ହାସଲ କରିଥିବା ଓଡ଼ିଆ ତାରକା କିଶୋର କୁମାର ଜେନାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ । ଏହା ସହ ଦେଢ଼ କୋଟି ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି ନବୀନ ପଟ୍ଟନାୟକ । ଏପରିକି ଅଲିମ୍ପିକ୍ସ ଯୋଗ୍ୟତା ପାଇଁ ଅଭିନନ୍ଦନ ଜଣାଇଛନ୍ତି ।

ସୂଚନାନୁଯାୟୀ , କିଶୋର ଓଡ଼ିଶା ପାଇଁ ଗୌରବର ଉତ୍ସ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଐତିହାସିକ ସଫଳତା ପାଇଁ ପ୍ରଶଂସା କରିଛନ୍ତି । ଆଗାମୀ ଦିନରେ କିଶୋର ରାଜ୍ୟ ପାଇଁ ଅଧିକ ଗୌରବ ଆଣିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିବା ସହ ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ବିଶ୍ୱ ଆଥଲେଟିକ୍ସ ଦୁନିଆରେ ପୁରୀର ଏହି ଜାଭଲିନ୍ ତାରକା ଉଦାହରଣ ପାଲଟିଛନ୍ତି ।

Related posts

ଝଡ଼ବର୍ଷା: ୧୩ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି

mahabharatanews

ବାଇକ୍ ଧକ୍କାରେ ଯୁବତୀ ମୃତ

mahabharatanews

ନଦୀରେ ଭାସୁଛି ଅଚିହ୍ନା ଯୁବକଙ୍କ ଶବ; ହତ୍ୟା ସନ୍ଦେହ

mahabharatanews