ଓଡିଶା

କିଶୋର କୁମାର ଜେନାଙ୍କୁ ଦେଢ଼ କୋଟି ଟଙ୍କା ସହ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

 (ଭୁବନେଶ୍ୱର) : ଏସିଆନ ଗେମ୍ସ ଜାଭଲିନ ଥ୍ରୋରେ ରୌପ୍ୟ ପଦକ ହାସଲ କରିଥିବା ଓଡ଼ିଆ ତାରକା କିଶୋର କୁମାର ଜେନାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ । ଏହା ସହ ଦେଢ଼ କୋଟି ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି ନବୀନ ପଟ୍ଟନାୟକ । ଏପରିକି ଅଲିମ୍ପିକ୍ସ ଯୋଗ୍ୟତା ପାଇଁ ଅଭିନନ୍ଦନ ଜଣାଇଛନ୍ତି ।

ସୂଚନାନୁଯାୟୀ , କିଶୋର ଓଡ଼ିଶା ପାଇଁ ଗୌରବର ଉତ୍ସ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଐତିହାସିକ ସଫଳତା ପାଇଁ ପ୍ରଶଂସା କରିଛନ୍ତି । ଆଗାମୀ ଦିନରେ କିଶୋର ରାଜ୍ୟ ପାଇଁ ଅଧିକ ଗୌରବ ଆଣିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିବା ସହ ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ବିଶ୍ୱ ଆଥଲେଟିକ୍ସ ଦୁନିଆରେ ପୁରୀର ଏହି ଜାଭଲିନ୍ ତାରକା ଉଦାହରଣ ପାଲଟିଛନ୍ତି ।

Related posts

ଓପିଏସସିର ପରୀକ୍ଷାରେ ସ୍ୱଚ୍ଛତା ଆଣିବି: ଆଇପିଏସ ସତ୍ୟଜିତ ମହାନ୍ତି

mahabharatanews

୨୨ରୁ ହାଇକୋର୍ଟରେ ଗ୍ରୀଷ୍ମ ଛୁଟି

mahabharatanews

ବଲାଙ୍ଗୀରରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ରେକର୍ଡ

mahabharatanews