(ରାୟଗଡା) : ରାୟଗଡ଼ାରେ ଗଡ଼ିଲା ଲକ୍ଷ୍ମୀ ବସ୍ । ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସସିଂ ଜରିଆରେ ଲକ୍ଷ୍ମୀ ବସ୍ ସେବାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ଦ୍ୱାରା ପ୍ରାୟ ୯ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ ।
ସୂଚନାନୁଯାୟୀ , ଲୋକଙ୍କ ସାମାଜିକ ସମ୍ପର୍କ ଓ ଅର୍ଥନୀତି ଆହୁରି ମଜଭୁତ୍ କରି ସମସ୍ତଙ୍କୁ ବିକାଶ ସହିତ ଯୋଡିବ ଲକ୍ଷ୍ମୀ ବସ୍ । ଲୋକଙ୍କ ଆବଶ୍ୟକତା ଅନୁସାରେ ଲକ୍ଷ୍ମୀ ବସ ସେବା ଆରମ୍ଭ ହୋଇଛି । ଲୋକଙ୍କ ଘର ପାଖକୁ ବସ୍ ଆସିବ । ପିଲାଙ୍କ ସ୍କୁଲ ଯିବାଠୁ ଆରମ୍ଭ କରି ଚାଷୀଙ୍କ ପାଇଁ ବଜାର ଓ ରୋଗୀଙ୍କ ପାଇଁ ଡାକ୍ତରଖାନାକୁ ଗାଁ ସହିତ ଯୋଡ଼ିବ ଲକ୍ଷ୍ମୀ । ଏଥିପାଇଁ ସାରା ରାଜ୍ୟରେ ହଜାରେ ବସ ଚଳାଇବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ଏହାପରେ ଅକ୍ଟୋବର ୨୦ରେ ଗଜପତି ଏବଂ ନଭେମ୍ବର ୧ରେ କଳାହାଣ୍ଡି ଜିଲ୍ଲାରେ ‘ଲକ୍ଷ୍ମୀ ବସ’ର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।